ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ

ଅର୍ଗସ ବ୍ୟୁରୋ: କାଲିର ଲଘୁଚାପ କ୍ଷେତ୍ର ଆଜି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ସଦୃଶ ଲଘୁଚାପ। ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଗୁରୁବାର ସୁଦ୍ଧା ଅବପାତର ରୂପ ନେବ ସୁଦୃଶ୍ର ଲଘୁଚାପ। ପରବର୍ତ୍ତୀ ୪୮ ଘଣ୍ଟାରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।
ସେପଟେ ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲ୍ଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମର ଜିଲ୍ଲାପାଳଙ୍କୁ src ଚିଠି ଲେଖିଛନ୍ତି। ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ। ଫଳରେ ସମୁଦ୍ର ଅଶାନ୍ତ ରହିବ। ୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟରୁ ଯିବାକୁ ବାରଣ ନିର୍ଦ୍ଦେଶ ରହିଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନେ ୧ ତାରିଖ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି।