|
logo
Live

Argus News - ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ

argusenglish

ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ

Ritu Das
Browse all articles by Ritu Das
·2 years ago
ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ

ଅର୍ଗସ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା। କନ୍ଧମାଳ ଜିଲ୍ଲା ଜି. ଉଦୟଗିରିଠାରେ ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରି ରେକର୍ଡ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୭ ଡିଗ୍ରି ରହିଥିବା ବେଳେ ଫୁଲବାଣୀରେ ୮.୫, କୋରାପୁଟରେ ୮.୭, କେନ୍ଦୁଝରରେ ୮.୮, ସୁନ୍ଦରଗଡ଼ରେ ୯ ଡିଗ୍ରୀ ରହିଥିଲା । 

ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ପ୍ରାୟତଃ ସମାନ ରହିଥିବା ବେଳେ ଗଞ୍ଜାମ, ଗଜପତି, ରାୟଗଡ଼ା ଜିଲ୍ଲାରେ ରାତିର ତାପମାତ୍ରାରେ ସାମାନ୍ୟ ବଢ଼ିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୪ରୁ ୫ଦିନ ଯାଏ ପାଗ ଶୁଖିଲା ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ | Argus English