|
logo
Live

Argus News - ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି...

Horoscope

ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·2 years ago·4 min read
ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି...

ଅର୍ଗସ ବ୍ୟୁରୋ: କେମିତି କଟିବ ଆପଣଙ୍କର ଆଜିର ଦିନ। ଜାଣନ୍ତୁ କଣ କହୁଛି ଆପଣଙ୍କର ରାଶିଫଳ।

ମେଷ-
ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।  କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
ବାରମ୍ବାର ଚେଷ୍ଟା କରିବା କାରଣରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ 
ସିଂହ-
ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ । ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ତୁଳା-
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକରାତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।   ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ 
ବିଛା-
ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ
ଧନୁ-
ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ନାରୀମାନେ ଈର୍ଷାପରାୟଣ ରହିବେ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ 
ମକର-
ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ।  ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –  ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ 
ମୀନ-
ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି... | Argus English