|
logo
Live

Argus News - ଆଜିର ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ...

Horoscope

ଆଜିର ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ...

Banajyotshna Ray
Browse all articles by Banajyotshna Ray
·2 years ago·4 min read
ଆଜିର ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ...

ଅର୍ଗସ ବ୍ୟୁରୋ:  କେମିତି କଟିବ ଆପଣଙ୍କର ଆଜିର ଦିନ। ତାକୁ ନେଇ ଚିନ୍ତିତ କି। ଜାଣିରଖନ୍ତୁ କଣ କହୁଛି ଆପଣଙ୍କ ରାଶି।

ମେଷ-
ଶାରୀରିକ ଚିନ୍ତା ଦୂର ହେବ । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ। ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଧନ୍ୟଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ସିଂହ-
ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ଆଜିର କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର‌୍ୟ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ସାଉଟିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ   
ତୁଳା-
କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜ୍ଜିତ କରିପାରିବେ । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ଯାନବାହନ କିଣିବା ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ବ୍ୟବସାୟରେ ଆଂଶିକ ସଫଳତା ପାଇବେ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । ଶତୃଙ୍କର ସଡଯନ୍ତ୍ରର ଶିକାର ହୋଇପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ମକର-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପଦବୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ଅସଂଯମତା କାରଣରୁ ଗ୍ରାହକଙ୍କ ସହ ତର୍କ ବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମ କ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ସମ୍ପତି କୁ ନେଇ ଦୀର୍ଘ ଦିନର ଚିନ୍ତା ଦୂର ହୋଇଯିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜିର ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ... | Argus English