Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Horoscope

ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·2 years ago·5 min read
ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

ଅର୍ଗସ ବ୍ୟୁରୋ: ଆଜିର ଦିନ ଆପଣଙ୍କର କେମିତି କଟିବ ତାକୁ ନେଇ ଚିନ୍ତା କରୁଛନ୍ତି କି। ଜାଣନ୍ତୁ ଆପଣଙ୍କ ରାଶିଫଳ କଣ କହୁଛି।

ମେଷ-
ଅଶ୍ୱନୀ- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ 
ଦ୍ୱିଜା- ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ
କୃତିକା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ  
ବୃଷ-
କୃତିକା- ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର‌୍ୟ୍ୟରେ ଲାଭ ହେବ
ରୋହିଣୀ- ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ 
ମୃଗଶିରା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତା ଦୂରେଇ ଯିବ । ଆପଣଙ୍କ ବ୍ୟବହାରରେ ଲୋକମାନେ ପ୍ରଭାବିତ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ 
ଆଦ୍ରା- କୌଣସି  କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
ପୁନର୍ବସୁ- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତ
କର୍କଟ-
ପୁନର୍ବସୁ- ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ ।  କୈାଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ
ପୁଷ୍ୟା- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ଅଶ୍ଲେଷା- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ ।  ଅର୍ଥଲାଭର ଯୋଗ  ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।
ପୂ,ଫାଲଗୁନି- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଚାକିରି  କ୍ଷେତ୍ରରେ ମନ ଅସ୍ଥିରତା ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।  
ଉ,ଫାଲଗୁନି- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ  ଭଲ ରହିବ ।
ହସ୍ତା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ
ଚିତ୍ରା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଚିତ୍ରା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ 
ସ୍ୱାତୀ- ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ
ବିଶାଖା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ
ଅନୁରାଧା- ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ
ଜ୍ୟେଷ୍ଠା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ
ପୂ,ଷାଢା- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ
ଉ,ଷାଢା- ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ଉ,ଷାଢା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ
ଶ୍ରବଣା- ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ
ଧନିଷ୍ଠା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର‌୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ଧନିଷ୍ଠା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ 
ଶତଭିଷା- ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ
ପୂ,ଭାଦ୍ରପଦ- ଧାର ଦେଇଥିବା ପଇସା ଫେରସ୍ତ ପାଇବେ ।  ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପୂ,ଭାଦ୍ରପଦ- ପ୍ରେମିକା , ପ୍ରେମିକା ମାନେ   ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେପାରରେ ପ୍ରଚୁର  ଲାଭ ମିଳିବାର ସମ୍ଭାବନା ରହିଛି
ଉ,ଭାଦ୍ରପଦ- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।
ରେବତୀ- ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Sponsored
Astrological prediction for November 7, 2023 | Argus English