କେମିତି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ...

ଅର୍ଗସ ବ୍ୟୁରୋ : ଜାଣନ୍ତୁ ଆଜିର ରାଶିଫଳ। କେମିତି କଟିବ ଆଜି ଆପଣଙ୍କ ଦିନ।
୩୦. ଶନିବାର
ମେଷ-
ପାରିବାରିକ ସମସ୍ୟାର ଅନ୍ତ ଘଟିବ । ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ୟ୍ୟ କରିବେ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ପିତାମାତା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ଛାତ୍ରଛାତ୍ରୀ ମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟରେ ଉନ୍ନତି କରିବେ । ପ୍ରେମ ଜୀବନ ଭଲ ରହିବ । କାର୍ୟ୍ୟ କ୍ଷେତ୍ର ବିଳମ୍ବରେ ସଫଳ ହେବ । ଶତୃ ମାନଙ୍କର ଷଡଯନ୍ତ୍ରର ଶିକାର ହୋଇ ବିଭିନ୍ନ ଅସୁବିଧାରେ ପଡି ପାରନ୍ତି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତ
କର୍କଟ-
ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ସିଂହ-
ଶାରୀରିକ ପିଡା କମ ରହିବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ତୁଳା-
ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
📱 Get Argus News App
✨ବିଛା-
ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଧନୁ-
ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ । ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
କର୍ମକ୍ଷେତ୍ରରେ ସତ୍ୟ କହି ବିବାଦୀୟ ହୋଇପାରନ୍ତି । ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅଫିସରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । କଚେରି ମାମଲା ମନ୍ଥର ହୋଇପାରେ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ଗତକାଲିଠାରୁ ଭାବୁଥିବା କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା ଏବଂ ଅତ୍ୟଧିକ ନିଦ ଆସିପାରେ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । କାର୍ୟ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ସଭାସମିତିରେ ସୀମାରେ ନରହିଲେ ଆଗକୁ ଅସୁବିଧାର ସାମ୍ନା କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ସୂର୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
ଅଧିକ ପଢନ୍ତୁ ଆଜିର ରାଶିଫଳ