ଆଜି କେମିତି କଟିବ ଆପଣଙ୍କ ଦିନ ଜାଣି ରଖନ୍ତୁ

କେମିତି କଟିବ ଆଜି ଆପଣଙ୍କ ଦିନ । ତାକୁ ନେଇ ଚିନ୍ତିତ କି ? ତେବେ ଜାଣି ରଖନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ ।
ମେଷ: ବ୍ୟବସାୟ ବୃଦ୍ଧିହେବା ଫଳରେ ଅଧିକ ଧାଁ ଦୌଡ ହେଲେ ଲାଭ ମିଳିବ । ମାନସିକ ଚିନ୍ତା ଦୂରେଇ ଯିବ । ଚାକିରିରେ ଆତଙ୍କିତ ହୋଇପାରନ୍ତି । ରାଜନୀତିରେ ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ୱାରା ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିବନ୍ଧକ ହେତୁ କାମ ସମ୍ପନ୍ନ କଷ୍ଟକର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ବୃଷ-
କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଉପରିସ୍ଥ କର୍ମଚାରୀଙ୍କ ପ୍ରିୟ ଭାଜନ ହେବେ । ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦର ସମ୍ମୁଖୀନ ହେବାକୁ ପଡିପାରେ । ନିଜର ଜମିବାଡି ବିକ୍ରୟ କରି ପାଇଥିବା ଅର୍ଥକୁ ଅନ୍ୟ କୌଣସି ସଂସ୍ଥାରେ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କାମ କଲେ କିଛିଟା ସଫଳତା ପାଇବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । କୌଣସି ରୋଚକ ବା ଜ୍ଞାନ ବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ମନ ବଳାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
କର୍କଟ-
ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ପ୍ରସନ୍ନ ରହିବ । ପରିବାର ଲୋକଙ୍କ ସହିତ ସମୟ ଆନନ୍ଦରେ କଟିବ । ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ । ସତର୍କ ରହିବା ଦ୍ୱାରା ଲାଭବାନ ହେବେ । ପରିବହନରେ ସମସ୍ୟା ଦୂର ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ସିଂହ-
ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ନୂତନ ସମ୍ପର୍କ ଭବିଷ୍ୟତ ପାଇଁ ଲାଭଦାୟକ ହେବ । ନିଜର ମନ ପସନ୍ଦର ଖାଦ୍ୟ ଖାଇବେ । କେତେକ ଗୁରୁତ୍ୱ ପୂର୍ଣ୍ଣ କାମ ଅଟକି ରହିଥିବାରୁ ସେହି କଥା ଭାବି ଅନ୍ୟମନସ୍କ ରହିପାରନ୍ତି । ପଡୋଶୀଙ୍କ ସହିତ ସାମାନ୍ୟ କାରଣରୁ ସମ୍ପର୍କ ହାନି ଘଟିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ
କନ୍ୟା-
ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯରେ ଦାୟିତ୍ୱ ନେଇ ଧାଁ ଦୌଡ କରିବା ଫଳରେ ପ୍ରଶଂସା ପାଇବେ । କର୍ମ କ୍ଷେତ୍ରରେ ନିଜର ମାନ ସମ୍ମାନ ବୃଦ୍ଧି ପାଇବ ।
ଛାତ୍ରଛାତ୍ରୀ ମାନେ ଅଧ୍ୟୟନରେ ସୁନାମ ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ରୋଜଗାର ସମସ୍ୟା ସୁଧୁରି ଯିବ । ପରିଶ୍ରମୀ ନ ହେଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ପଡିପାରେ । ସରକାରୀ ଚାକିରିଆଙ୍କୁ ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ
ବିଛା-
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି । ସାମାନ୍ୟ ଶାରୀରିକ ପୀଡା ଭୋଗି ପାରନ୍ତି । ମାଲିମୋକଦ୍ଦମା ଓ ଆନିଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଶତୃମାନେ ଦୁର୍ବଳ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଧନୁ-
କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଆୟ ବଢାଇ ଖୁସି ହେବେ । ଯାହା ମନରେ ଆଶାବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ପୁରୁଣା କଥାକୁ ନେଇ ବ୍ୟସ୍ତ ରହିବେ । ପୂର୍ବ ଶତ୍ରୁତା କେନ୍ଦ୍ର କରି ହଠାତ୍ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
ମକର-
ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ନୂଆ ଜିନିଷ କିଣିବା ଆଗରୁ ପୁରୁଣା ଜିନିଷର ଉପେଯ୍ଧଜ୍ଞ କରନ୍ତୁ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କଳା, ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ମନୋରନରେ ଆଗ୍ରହୀ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
କୁମ୍ଭ-
ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି । କର୍ତ୍ତବ୍ୟ ପରାୟଣତା ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ । କୋର୍ଟ କଚେରୀ ମାମଲାରେ ସମ୍ଭାଳି କରି କାର୍ଯ୍ୟ କରିବାକୁ ପଡିବ । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ମୀନ-
ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ। ବ୍ୟବସାୟର ଅର୍ଥକୁ କୈାଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି । ସମ୍ମାନର ସହିତ ଦିନ ଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ସମାଜ ସେବା ଓ ରାଜନୀତିରେ ସ୍ୱନାମ ଅର୍ଜନ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ।
ଅଧିକ ପଢ଼ନ୍ତୁ ରାଶିଫଳ ଖବର