Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ୧୧ ମାସ ମଧ୍ୟରେ ଆସିଛନ୍ତି ୨ କୋଟି ପର୍ଯ୍ୟଟକ ଜାମ୍ମୁ-କାଶ୍ମୀର

National

୧୧ ମାସ ମଧ୍ୟରେ ଆସିଛନ୍ତି ୨ କୋଟି ପର୍ଯ୍ୟଟକ ଜାମ୍ମୁ-କାଶ୍ମୀର

Banajyotshna Ray
Browse all articles by Banajyotshna Ray
·2 years ago·1 min read
୧୧ ମାସ ମଧ୍ୟରେ ଆସିଛନ୍ତି ୨ କୋଟି ପର୍ଯ୍ୟଟକ ଜାମ୍ମୁ-କାଶ୍ମୀର

ଅର୍ଗସ ବ୍ୟୁରୋ: ପର୍ଯ୍ୟଟନରେ ରେକର୍ଡ କଲା କେନ୍ଦ୍ରଶାସିତ ଅଞ୍ଚଳ ଜାମ୍ମୁ-କାଶ୍ମୀର । ଚଳିତ ବର୍ଷ ୧୧ ମାସ ମଧ୍ୟରେ ଆସିଛନ୍ତି ୨ କୋଟି ପର୍ଯ୍ୟଟକ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜୀ କିଷାନ ରେଡ୍ଡି । ଉତ୍ତର-ପୂର୍ବ ସମେତ ଦେଶର ବିଭିନ୍ନ ସ୍ଥାନରେ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ଯାହାର ପ୍ରଭାବ ଏବେ ଦେଖିବାକୁ ମିଳୁଛି । ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସରକାର ପ୍ରତି ଶିକ୍ଷାନୁଷ୍ଠାନରେ “ଯୁବ ପର୍ଯ୍ୟଟନ କ୍ଲବ” ପ୍ରତିଷ୍ଠା କରିବାକୁ ଚେଷ୍ଟା କରୁଛନ୍ତି ।

ଏହି କ୍ରମରେ ବର୍ତ୍ତମାନ ସୁଦ୍ଧା ୩୫ ହଜାର କ୍ଲବ ପ୍ରତିଷ୍ଠା ହୋଇଥିବା ସେ କହିଛନ୍ତି । ପୂର୍ବରୁ ଉତ୍ତର-ପୂର୍ବରେ ରେଳ, ସଡ଼କ ଓ ବିମାନ ସଂଯୋଗ ପର୍ଯ୍ୟାପ୍ତ ନଥିଲା । କିନ୍ତୁ ବର୍ତ୍ତମାନ କେନ୍ଦ୍ର ସରକାର ଏହି ଅଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ବ ଦେଉଥିବାରୁ ପର୍ଯ୍ୟଟକଙ୍କ ସଂଖ୍ୟା ବଢିଛି । ଉତ୍ତର-ପୂର୍ବରେ ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ସରକାର ୯ ବର୍ଷରେ ୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିଥିବା କହିଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ଜୀ କିଷାନ ରେଡ୍ଡି ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
2 cr tourists visit J&K in 11 months | Argus English