ବାୟୁସେନାର ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ : ୨ ପାଇଲଟ ମୃତ

ଅର୍ଗସ ବ୍ୟୁରୋ : ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି । ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା ସୂଚନା ଦେଇଛନ୍ତି ଭାରତୀୟ ବାୟୁସେନା ଅଧିକାରୀ ।
ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି କି, ସକାଳ ୮.୫୫ ମିନିଟରେ ତେଲେଙ୍ଗାନାର ଡିଣ୍ଡିଗୁଲରେ ଏୟାରଫୋର୍ସ ଏକାଡେମୀର ପିଲାଟସ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି । ଖବର ମୁତାବକ, ତେଲେଙ୍ଗାନାର ଡିଣ୍ଡିଗୁଲ ସ୍ଥିତ ବାୟୁସେନା ଏକାଡେମୀରେ ଟ୍ରେନିଂ ବେଳେ ବିମାନ ପିସି-୭ ଏମକେ-୨ କ୍ରାସ୍ ହୋଇଛି । ଏଥିରେ ଦୁଇ ଜଣ ପାଇଲଟ ଥିଲେ । ଜଣେ ପ୍ରଶିକ୍ଷକ ଓ ଆଉ ଜଣେ କ୍ୟାଡେଟ୍ ସାମିଲ ଥିଲେ ।
ଅଧିକ ପଢନ୍ତୁ ଭାରତ ଖବର
📱 Get Argus News App
✨ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ । ତଦନ୍ତ ଜାରି ରହିଥିବା ଭାରତୀୟ ବାୟୁସେନା ଅଧିକାରୀ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ରାଜନାଥ ସିଂ ଲେଖିଛନ୍ତି, ‘ହାଇଦ୍ରାବାଦ ପାଖରେ ହୋଇଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ଅତନ୍ତ ଦୁଃଖିତ । ଏଥିରେ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ । ତାଙ୍କ ପରିବାର ପ୍ରତି ମୋର ସମବେଦନା ।