ବିଭିନ୍ନ ରାଜ୍ୟର ୨ ଜଣ ବରିଷ୍ଠ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଯୋଗଦେବେ ବୈଠକରେ
·2 years ago

ଅର୍ଗସ ବ୍ୟୁରୋ: ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିବ ପୂର୍ବାଞ୍ଚଳ ପରିଷଦର ୨୬ ତମ ବୈଠକ । ଗୃହ ମନ୍ତ୍ରଣାଳୟ ଅଧୀନରେ ଥିବା ଆନ୍ତଃରାଜ୍ୟ ପରିଷଦ ସଚିବାଳୟ ଦ୍ୱାରା ଏହି ବୈଠକ ଆୟୋଜିତ ହେଉଛି । ଏହି ବୈଠକରେ ବିଭିନ୍ନ ରାଜ୍ୟର ୨ ଜଣ ବରିଷ୍ଠ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଯୋଗଦେବେ । ବୈଠକରେ ଯୋଗଦେବା ପାଇଁ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ ଓ ଝାରଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି ।
ବୈଠକରେ ଯୋଗଦେବା ପାଇଁ ଓଡ଼ିଶାର ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା ଓ ପଞ୍ଚାୟୟତରାଜ ମନ୍ତ୍ରୀ ପ୍ରଦୀପ ଅମାତ ବିହାର ଯାଇଛନ୍ତି । ରାଜ୍ୟଗୁଡିକର ଉତ୍ତମ ବୁଝାମଣା ଓ ସହଯୋଗ ଏହାସହ ପୁର୍ବାଞ୍ଚଳ ରାଜ୍ୟଗୁଡ଼ିକର ଭିତିଭୁମି ତଥା ସାମଗ୍ରିକ ବିକାଶ ପାଇଁ ହେବ ଆଲୋଚନା ।
ଅଧିକ ପଢ଼ନ୍ତୁ ଦେଶ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
