Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ବାବା ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ

National

ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ବାବା ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ

Ritu Das
Browse all articles by Ritu Das
·2 years ago·1 min read
ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ବାବା ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କଲେ ବାଗେଶ୍ବର ଧାମ ବାବା ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ । ମହାପ୍ରଭୁଙ୍କ ସାନିଧ୍ୟ ନେବା ସହ ଭାରତକୁ ହିନ୍ଦୁରାଷ୍ଟ୍ରରେ ଖୁବଶୀଘ୍ର ସାକାର ରୂପ ଦେବାକୁ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଥିଲେ । ଶ୍ରୀମନ୍ଦିରରେ ପ୍ରାୟ ୧ଘଣ୍ଟା ରହଣି କାଳରେ ମହାପ୍ରଭୁଙ୍କ ଦର୍ଶନ କରି ବାବା ଭାବବିହ୍ବଳ ହେବା ସହ ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ଶ୍ରୀମନ୍ଦିରରେ ଥିବା ସାକ୍ଷୀଗୋପାଳ ମନ୍ଦିରରେ ବସି ମହାପ୍ରସାଦ ସେବନ କରିଥିଲେ । ନିଜ ଜଗନ୍ନାଥ ଦର୍ଶନ ଅନୁଭୂତି ଖୁବସୁନ୍ଦର ରହିଛି ବୋଲି କହିବା ସହ ଜାନୁୟାରୀ ୨୨ରେ ହେବାକୁ ଯାଉଥିବା ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ବିଷୟରେ ପ୍ରତିକ୍ରିୟା ଦେଇ ସେ ସମସ୍ତ ଭାରତୀୟଙ୍କ ବିଜୟ ବୋଲି କହିଥିଲେ। 

ତେବେ ଶ୍ରୀମନ୍ଦିର ଯିବା ପୂର୍ବରୁ ସେ ସିଂହଦ୍ବାର ଠାରେ ନିଜ କଠଉ ରଖିଦେଇ ଯାଇଥିଲେ । ଯାହାକୁ ମୁଣ୍ଡ ଛୁଇଁ ଦର୍ଶନ କରିବାକୁ ଲୋକଙ୍କ ମଧ୍ୟରେ ଉତ୍ସୁକତା ଦେଖିବାକୁ ମିଳିଥିଲା । ସେପଟେ ହନୁମାନ ସାଧକ ବାବା ବାଗେଶ୍ବରଙ୍କୁ ଧବଳେଶ୍ବରଙ୍କ ପୂଜକ ସିତେଶ ପତ୍ରି ଏକ ପିତ୍ତଳର ଗଦା ଉପହାର ଦେଇଥିଲେ । ଯାହାର ଓଜନ ପ୍ରାୟ ସାଢ଼େ ଛଅ କିଲୋ ଓ ମୂଲ୍ୟ ୧୨ହଜାର ଟଙ୍କା ହେବ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Baba Dhirendra | Argus English