Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସ୍ଥଳଭାଗ ଛୁଉଁଛି 'ମିଗଜୋମ୍'

National

ସ୍ଥଳଭାଗ ଛୁଉଁଛି 'ମିଗଜୋମ୍'

Smruti Parija
Browse all articles by Smruti Parija
·2 years ago·1 min read
ସ୍ଥଳଭାଗ ଛୁଉଁଛି 'ମିଗଜୋମ୍'

ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟା ‘ମିଗ୍‌ଜୋମ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି । ଆନ୍ଧ୍ରଉପକୂଳରେ ମାଡ ହେବ ମିଗଜୋମ୍ ।  ଲ୍ୟାଣ୍ଡଫଲ୍‌ ଆରମ୍ଭ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ । ବାତ୍ୟା ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ସେପଟେ `ମିଗଜୋମ୍' ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁଁ ୮ ଜଣଙ୍କ ମୃତ୍ୟୁ ହୋଇଛି । ୨ ଦିନ ହେବ ବର୍ଷା ଲାଗି ରହିଥିବାରୁ ଜଳମଗ୍ନ ପୁରା ସହର । ଯେଉଁଠି ଦେଖିବେ ପାଣି ହିଁ ପାଣି । ଅଧିକାଂଶ ଅଞ୍ଚଳ ପାଣିରେ ବୁଡ଼ି ରହିଥିବା ବେଳେ ୫ ଜଣଙ୍କ ଜୀବନ ଯାଇଛି । ପାଣି ସୁଅରେ କାର୍‌ ବି ବର୍ତ୍ତିପାରିନି । ପ୍ରଖର ସୁଅରେ ଅନେକ କାର ଓ ଯାନବାହାନ ଭାସି ଯାଇଛି । ଟ୍ରେନ, ମେଟ୍ରୋ ଟ୍ରେନ ବାତିଲ ସହ ବିମାନ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଛି । ରାସ୍ତାରେ ଛାତିଏ ଉଚ୍ଚର ପାଣି । ଘରେ ବି ପଶିଛି ପାଣି । ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଲୋକେ । 6 ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । 

ଆରମ୍ଭ ହୋଇଗଲାଣି ତୁହାକୁ ତୁହା ବର୍ଷା, ଭାଙ୍ଗିଲାଣି ବଡ ବଡ ଗଛ
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cyclone-update-cyclone-michaung-land-fall-process-starts- | Argus English