|
logo
Live

Argus News - ପୁଣି ନୂଆ ପ୍ରେମ କାହାଣୀ : ପ୍ରେମ ପାଇଁ ସୀମା ପାର କଲେ ୨୧ ବର୍ଷୀୟ ପାକିସ୍ତାନୀ ଯୁବତୀ ଜବରିୟା ଖାନ

National

ପୁଣି ନୂଆ ପ୍ରେମ କାହାଣୀ : ପ୍ରେମ ପାଇଁ ସୀମା ପାର କଲେ ୨୧ ବର୍ଷୀୟ ପାକିସ୍ତାନୀ ଯୁବତୀ ଜବରିୟା ଖାନ

Jitendra Dash
Browse all articles by Jitendra Dash
·2 years ago·2 min read
ପୁଣି ନୂଆ ପ୍ରେମ କାହାଣୀ : ପ୍ରେମ ପାଇଁ ସୀମା ପାର କଲେ ୨୧ ବର୍ଷୀୟ ପାକିସ୍ତାନୀ ଯୁବତୀ ଜବରିୟା ଖାନ

ଅର୍ଗସ ବ୍ୟୁରୋ : ପୁଣି ସାମ୍ନାକୁ ଆସିଲା ଆଉ ଏକ ପ୍ରେମ କାହାଣୀ । ଆଉ ପ୍ରେମ ପାଇଁ ସରହଦ୍ ପାର କଲେ ୨୧ ବର୍ଷୀୟ ପାକିସ୍ତାନୀ ଯୁବତୀ ଜବରିୟା ଖାନ । ଯୁବତୀ ଜଣକ ନିଜ ପ୍ରେମିକଙ୍କୁ ଭେଟିବା ପରେ ବେଶ ଖୁସିବ୍ୟକ୍ତ କରିଛନ୍ତି । କହିଛନ୍ତି, ବାରମ୍ବାର ତାଙ୍କର ଭିସା ନାକଚ ହେବା ପରେ ଶେଷରେ ତାଙ୍କୁ ଭାରତ ଆସିବା ଲାଗି ଭିସା ମିଳିଛି । ଭାରତ ସରକାର ୨୧ ବର୍ଷୀୟ ପାକିସ୍ତାନୀ ଯୁବତୀ ଜବରିୟା ଖାନଙ୍କୁ ୪୫ ଦିନ ଲାଗି ଭିସା ଦେଇଛନ୍ତି । ଗତ କାଲି ଜବରିୟା ଖାନ ପଞ୍ଜାବର ଅଟାରି ବର୍ଡର ଦେଇ ଭାରତ ଭିତରକୁ ପ୍ରବେଶ କରିଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର

ଜବରିୟା ଭାରତରେ ପ୍ରବେଶ କରିବା ମାତ୍ରେ ତାଙ୍କ ପ୍ରେମିକ ସମୀର ଖାନ ଓ ଶ୍ବଶୁର ଢୋଲ ବାଜା ବଜାଇ ତାଙ୍କୁ ସ୍ବାଗତ କରିଥିଲେ । ସେପଟେ ଜବରିୟା ଭାରତୀୟଙ୍କୁ ପ୍ରେମ କରୁଥିବାକୁ ତାଙ୍କ ଘରେ ମଧ୍ୟ ସମସ୍ତେ ସମର୍ଥନ କରିଛନ୍ତି । ଆହିରି ମଧ୍ୟ କହିଛନ୍ତି, ମୋତେ ଗତ ୫ ବର୍ଷ ହେବ ଭିସା ମିଳୁନଥିଲା । ଭିସା ମିଳିବା ଲାଗି ମୁଁ ଆଲ୍ଲାଙ୍କୁ ଅନେକ ପ୍ରାର୍ଥନା କରୁଥିଲୁ । ଆଉ ଶେଷରେ ଆଲ୍ଲା ମୋ ଦୁଃଖ ଶୁଣିଛନ୍ତି । ଯାହାପାଇଁ ମୁଁ ବହୁତ ଖୁସି । ଭାରତ ସରକାର ମୋତେ ୪୫ ଦିନ ଲାଗି ଭିସା ଦେଇଛନ୍ତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆସନ୍ତା ବର୍ଷ ଜାନୁଆରୀରେ ଆମେ ଦୁହେଁ କୋଲକାତାରେ ବିବାହ କରିବୁ । ଜବରିୟା ଖାନଙ୍କ ସ୍ବାମୀ ତଥା ଭାରତୀୟ ଯୁବକ ସମୀର ଖାନ କହିଛନ୍ତି, "ଜବରିୟାଙ୍କୁ ଭେଟିବା ପରେ ମୋର ସ୍ବପ୍ନ ପୂରଣ ହୋଇଛି । ମୁଁ ଗତ ୫ ବର୍ଷ ଧରି ଏହି ଦିନକୁ ଅପେକ୍ଷା କରିଥିଲି । ଏବେ ଖୁବଶୀଘ୍ର ଆମର ବିବାହ ହେବ । ଜବରିୟାଙ୍କୁ ଭାରତ ସରକାର ଭିସା ପ୍ରଦାନ କରିଥିବାରୁ ମୁଁ କୃତଜ୍ଞ । ପୂର୍ବରୁ ୨ଥର ଜବରିୟାଙ୍କୁ ଭିସା ପ୍ରଦାନ କରାଯାଇନଥିଲା । ହେଲେ ଏଥର ତାଙ୍କୁ ଭିସା ମିଳିଛି ।" 


 

Sponsored
ପୁଣି ନୂଆ ପ୍ରେମ କାହାଣୀ : ପ୍ରେମ ପାଇଁ ସୀମା ପାର କଲେ ୨୧ ବର୍ଷୀୟ ପାକିସ୍ତାନୀ ଯୁବତୀ ଜବରିୟା ଖାନ | Argus English