ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥତିରେ NSDC, AICTE ଓ ବଜାଜ ଫାଇନାନ୍ସ ସହ ଏମଓୟୁ ସ୍ବାକ୍ଷରିତ

ଅର୍ଗସ ବ୍ୟୁରୋ: ଆର୍ଥିକ ସେବା କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥତିରେ NSDC, AICTE ଓ ବଜାଜ ଫାଇନାନ୍ସ ସହ ଏମଓୟୁ ସ୍ବାକ୍ଷରିତ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଭାରତରେ ଜ୍ଞାନ ଓ ଦକ୍ଷତାର ଏକ ସୁପର ହାଇୱେ ନିର୍ମାଣ କରିବାକୁ ହେବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏହି ଅବସରରେ ବ୍ୟାଙ୍କିଂ, ଫାଇନାନ୍ସ ଓ ବୀମା କ୍ଷେତ୍ରରେ ଏକ ସାର୍ଟିଫିକେଟ୍ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ ମଧ୍ୟ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏମଓୟୁ ଶିକ୍ଷାନୁଷ୍ଠାନ-ଶିଳ୍ପାନୁଷ୍ଠାନ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବ । ବିଶ୍ବସ୍ତରୀୟ ଦକ୍ଷତା ଦେଇ ଭବିଷ୍ୟତ ପାଇଁ ଯୁବକ ଯୁବତୀଙ୍କୁ ପ୍ରସ୍ତୁତ କରାଇବା ସହ ଆର୍ଥିକ କ୍ଷେତ୍ରରେ ବ୍ୟାପକ ଦକ୍ଷତା ସୃଷ୍ଟି କରିବ । ଲୋକଙ୍କୁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ୍ ସ୍କିଲିଂ ସହ ଯୋଡିଲେ ହିଁ ଦେଶ ଆଗକୁ ବଢିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଦେଶରେ ଡିଜିଟାଲ ପବ୍ଲିକ ଇନଟ୍ରେଷ୍ଟ କାରଣରୁ ଦେଶ ଆଗକୁ ବଢୁଛି । ଭାରତର ଅର୍ଥନୀତି ମଜଭୁତ୍ ହେଉଛି । ଏକ ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ସୃଜନଶୀଳ ଚିନ୍ତାଧାରା ସହ ବିକଶିତ ଭାରତ ଗଠନରେ ଦକ୍ଷତା ବିକାଶ ଓ ଆର୍ଥିକ କ୍ଷେତ୍ରର ଯୋଗଦାନକୁ ଏକାଠି କରିବା ପାଇଁ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।