|
logo
Live

Argus News - ଅରୁଣ ଯୋଗୀରାଜ ଗଢିଛନ୍ତି ରାମଲଲାଙ୍କ ବିଗ୍ରହ 

National

ଅରୁଣ ଯୋଗୀରାଜ ଗଢିଛନ୍ତି ରାମଲଲାଙ୍କ ବିଗ୍ରହ 

Manini Pattanayak
Browse all articles by Manini Pattanayak
·2 years ago·2 min read
ଅରୁଣ ଯୋଗୀରାଜ ଗଢିଛନ୍ତି ରାମଲଲାଙ୍କ ବିଗ୍ରହ 

 ନୂଆଦିଲ୍ଲୀ: ଭକ୍ତଙ୍କ ଅପେକ୍ଷାର ଅନ୍ତ ଘଟିଲା। ରାମଲଲାଙ୍କ ବିଗ୍ରହ ନିର୍ମାଣ କରିଛନ୍ତି ଅରୁଣ ଯୋଗୀରାଜ । ଆଦିଶଙ୍କରାଚାର୍ଯ୍ୟ, ନେତାଜୀ ଆଉ ଏବେ ସ୍ୱଂୟ ଶ୍ରୀରାମ। ଅଯୋଧ୍ୟା ଶ୍ରୀରାମ ମନ୍ଦିରରେ ରାମଲାଲାଙ୍କ ବିଗ୍ରହ ନିର୍ମାଣ କରିଥିବା ଅରୁଣ ଯୋଗୀରାଜଙ୍କ କଳାର ୟେ ଆଉ ଏକ ବଡ଼ ଯାତ୍ରା। ରାମଲାଲାଙ୍କ ବିଗ୍ରହ ନିର୍ମାଣ କରିଥିବା ବ୍ୟକ୍ତି ଯେ ଏବେ ଦେଶର ସବୁଠୁ ଚର୍ଚ୍ଚିତ ବ୍ୟକ୍ତି, ସବୁଠୁ ଚର୍ଚ୍ଚିତ ସ୍ଥପତି। ଅରୁଣଙ୍କ ପରିବାରର ୫ ପିଢ଼ି ଧରି ମୂର୍ତ୍ତିରେ ଜୀବନ ଦେଇ ଆସିଛନ୍ତି। ଅରୁଣଙ୍କ ଜେଜେବାପା ମହିଶୂର ରାଜବଂଶ ପାଇଁ ପଥରରେ ମୂର୍ତ୍ତି ନିର୍ମାଣ କରୁଥିଲେ। ଅରୁଣ ମହିଶୂରର ପ୍ରସିଦ୍ଧ ୧୨ ଫୁଟର ହନୁମାନ, ପ୍ରସିଦ୍ଧ ନନ୍ଦି ନିର୍ମାଣ କରି ସାରା ଦକ୍ଷିଣ ଭାରତରେ ପ୍ରମୁଖ ସ୍ଥପତି ଭାବେ ପରିଚୟ ସୃଷ୍ଟି କରିଥିଲେ।

ହେଲେ ଦିଲ୍ଲୀ ଅମର ଯବାନ ଜ୍ୟୋତି ପାଖରେ ଥିବା ନେତାଜୀଙ୍କ ପ୍ରତିମୂର୍ତ୍ତି ବେଳକୁ ସାରା ଦେଶରେ ପ୍ରମୁଖ ଚେହେରା ଭାବେ ସାମ୍ନାକୁ ଆସିଥିଲେ। ପ୍ରଧାନମନ୍ତ୍ରୀଙ୍କ ସବୁଠୁ ପସନ୍ଦର ମୂର୍ତ୍ତି ନିର୍ମାଣ କରି ହଟ୍ ଫେଭରେଟ୍ ପାଲଟିଥିଲେ ଅରୁଣ। ଅମର ଯବାନ ଜ୍ୟୋତି ପାଖରେ ୩୦ ଫୁଟର ନେତାଜୀ ମୂର୍ତ୍ତି ପରେ କେଦାରନାଥ ପୀଠରେ ୧୨ ଫୁଟର ଆଦି ଶଙ୍କରାଚାର୍ଯ୍ୟଙ୍କ ବିଗ୍ରହ ବି ଅରୁଣଙ୍କ ହାତର କମାଲ୍। ଏବେ ତାଙ୍କ ହାତରେ ତିଆରି ମୂର୍ତ୍ତି ଶ୍ରୀରାମ ମନ୍ଦିରରେ ଅବସ୍ଥାନ ଖବର ଶୁଣିବା ପରେ କର୍ଣ୍ଣାଟକ ଓ ତାଙ୍କ ଘରେ ଖୁସିର ଲହରୀ।ସେପଟେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାର ସମସ୍ତ ରୀତିନୀତି ସମ୍ପର୍କରେ ସୂଚନା ଦେଲେ କମିଟି ମହାସଚିବ ଚମ୍ପତ ରାୟ । ସେ କହିଛନ୍ତି, ସାଂସ୍କୃତିକ ପରମ୍ପରା ସହ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ । ଆଉ ୭ ଦିନ ବାକି ରହିଲା, ସମସ୍ତ ମନ୍ଦିରରେ ସଫେଇ କରାଯାଉଛି । ସବୁ ମନ୍ଦିରରେ ଶଙ୍ଖଧ୍ୱନି, ଭଜନ କୀର୍ତ୍ତନ କରି ପ୍ରଚାର କରାଯାଉଛି ।

ଏହାଛଡ଼ା କେଉଁ ରାଜ୍ୟରେ କ’ଣ ସବୁ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ କହିଲେ ଚମ୍ପତ ରାୟ । ପ୍ରାଣ ପ୍ରତିଷ୍ଠା ଉତ୍ସବରେ ବିଚାରପତି, ବୈଜ୍ଞାନିକ, ସୈନିକ ଓ ଅନ୍ୟାନ୍ୟ ବର୍ଗଙ୍କୁ ନିମନ୍ତ୍ରଣ ଦିଆଯାଇଛି । ୨୨ ତାରିଖ ଅପରାହ୍ନ ୧୨ଟା ୨୦ରୁ ପ୍ରାଣ ପ୍ରତିଷ୍ଠା ଆରମ୍ଭ ହେବ । ଅପରାହ୍ନ ୧ଟା ସୁଦ୍ଧା କାର୍ଯ୍ୟ ସମ୍ପାଦନ ପାଇଁ ସ୍ଥିରୀକୃତ ହୋଇଛି । ଜାନୁଆରୀ ୧୯ରୁ ଲକ୍ଷ୍ନୌରୁ ଅଯୋଧ୍ୟା ହେଲିକପ୍ଟର ସେବା ଚାଲିବ । ଅଯୋଧ୍ୟା ଆଖପାଖର ବିମାନବନ୍ଦର ସହ ମଧ୍ୟ ଆଲୋଚନା ହେବ । ପ୍ରାୟ ୧୦୦ଟି ବିମାନ ଆସିବା ନେଇ ଆମ ପାଖରେ ସୂଚନା ପହଞ୍ଚିଛି । ସ୍ୱତନ୍ତ୍ର ବିମାନ ସହ ନିୟମିତ ବିମାନର ଉଡ଼ାଣ ମଧ୍ୟ ଜାରି ରହିବ । ୫୬ଟି ଦେଶରୁ ଶ୍ରଦ୍ଧାଳୁଙ୍କୁ ଆସିବା ପାଇଁ ନିମନ୍ତ୍ରଣ କରାଯାଇଥିବା କହିସେ ଚମ୍ପତ ରାୟ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ଦେଖନ୍ତୁ : 

Sponsored
ଅରୁଣ ଯୋଗୀରାଜ ଗଢିଛନ୍ତି ରାମଲଲାଙ୍କ ବିଗ୍ରହ  | Argus English