Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ୫୧ ହଜାର ୧୫୬ ଜଣ ନବ ନିଯୁକ୍ତ ଯୁବ ବର୍ଗଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ ପ୍ରଧାନମନ୍ତ୍ରୀ

National

୫୧ ହଜାର ୧୫୬ ଜଣ ନବ ନିଯୁକ୍ତ ଯୁବ ବର୍ଗଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago·1 min read
୫୧ ହଜାର ୧୫୬ ଜଣ ନବ ନିଯୁକ୍ତ ଯୁବ ବର୍ଗଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : କେନ୍ଦ୍ର ସରକାରଙ୍କ ୧୧ତମ ରୋଜଗାର ମେଳାରେ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସରକାରୀ ଚାକିରୀ ପାଇଁ ଚୟନ ହୋଇଥିବା ୫୧ ହଜାର ୧୫୬ ଜଣ ନବ ନିଯୁକ୍ତ ଯୁବ ବର୍ଗଙ୍କୁ ନିଯୁକ୍ତି ପତ୍ର ବିତରଣ କରାଯାଇଛି । ଏଥିପାଇଁ ଦେଶର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୩୭ଟି ସ୍ଥାନରେ ଆୟୋଜିତ ହୋଇଛି ରୋଜଗାର ମେଳା । ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀ ମାନେ ମଧ୍ୟ ଯୋଗ ଦେଇଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି କ୍ରମରେ ଓଡ଼ିଶାରେ ମଧ୍ୟ ଭୁବନେଶ୍ଵର ସ୍ଥିତ ରେଲୱେ ଅଡିଟୋରିୟରେ ରୋଜଗାର ମେଳା ଆୟୋଜିତ ହୋଇଥିଲା । ଭୁବନେଶ୍ବରରେ ଆୟୋଜିତ ରୋଜଗାର ମେଳାରେ କେନ୍ଦ୍ର ଜଳଶକ୍ତି ଏବଂ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ୨୦୦ ଜଣ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱପ୍ନ ଦେଖିଥିବା ବିକଶିତ ଭାରତ ଗଠନ କ୍ଷେତ୍ରରେ ନବ ନିଯୁକ୍ତ ମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

କେନ୍ଦ୍ର ସରକାରଙ୍କ ଏହି ରୋଜଗାର ମେଳାରେ ରେଳ, ଆର୍ଥିକ ସେବା, ଡାକ, ଗୃହ ମନ୍ତ୍ରଣାଳୟ, ରାଜସ୍ବ, ଉଚ୍ଚ ଶିକ୍ଷା, ସ୍କୁଲ ଏବଂ ସାକ୍ଷରତା ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ଶ୍ରମ ଏବଂ ନିୟୋଜନ ମନ୍ତ୍ରଣାଳୟ ଭଳି ବିଭିନ୍ନ ବିଭାଗରେ ଯୁବକ ଯୁବତୀ ମାନଙ୍କୁ ନିଯୁକ୍ତି ମିଳିଛି । 

Sponsored
rojgar mela bhubaneswar | Argus English