|
logo
Live

Argus News - ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

National

ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

Ritu Das
Browse all articles by Ritu Das
·2 years ago·1 min read
ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି । ମହିଳା ମାନଙ୍କର ନେତୃତ୍ବାଧୀନ ବିକାଶ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ସ୍ବରୂପ ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍‌ କେନ୍ଦ୍ରର ଶୁଭାରମ୍ଭ କରିବେ । ଆସନ୍ତା ୩ ବର୍ଷ ମଧ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଡ୍ରୋନ୍ ପ୍ରଦାନ କରାଯିବ । ଏହାସହ ଏମ୍ସ ଦେଓଘରରେ ଐତିହାସିକ ୧୦ ହଜାର ତମ ଜନ ଔଷଧି କେନ୍ଦ୍ର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । 

ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ସମନ୍ବୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି । ଦେଶର ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ଜାରି ରହିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ | Argus English