ଉତ୍ତରାଖଣ୍ଡ ଦୁର୍ଘଟଣା : ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଥିବା ଶ୍ରମିକମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ନେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହୋଇଛନ୍ତି ।
ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଥିବା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀ @pushkardhami ଙ୍କ ସହ କଥା ହେଲି ।
ଉତ୍ତରାଖଣ୍ଡ ସରକାର ସବୁ ପ୍ରକାର ସାହାଯ୍ୟ ସହଯୋଗ ସହ ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ପଦକ୍ଷେପ…
📱 Get Argus News App
✨ଶ୍ରୀ ପ୍ରଧାନ ଏ ସମ୍ପର୍କରେ ଟ୍ୱିଟ୍ କରି କହିଛନ୍ତି ଯେ ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଥିବା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହେଲି । ଉତ୍ତରାଖଣ୍ଡ ସରକାର ସବୁ ପ୍ରକାର ସାହାଯ୍ୟ ସହଯୋଗ ସହ ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ପଦକ୍ଷେପ ନେଉଛନ୍ତି । ସମସ୍ତ ଶ୍ରମିକମାନେ ସୁରକ୍ଷିତ ଅଛନ୍ତି ବୋଲି ସେ ଆଶ୍ୱସ୍ତ କରିଛନ୍ତି । ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।