Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ପରିକ୍ରମା ପ୍ରକଳ୍ପ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

Odisha

ପରିକ୍ରମା ପ୍ରକଳ୍ପ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

Jitendra Dash
Browse all articles by Jitendra Dash
·2 years ago·1 min read
ପରିକ୍ରମା ପ୍ରକଳ୍ପ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଅର୍ଗସ ବ୍ୟୁରୋ : ଜାନୁଆରୀ ୧୭ (ଆସନ୍ତାକାଲି) ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ରହିବ। କେନ୍ଦ୍ରାପଡ଼ା ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି । ପରିକ୍ରମା ପ୍ରକଳ୍ପ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୂଚନାଯୋଗ୍ୟ, ଆସନ୍ତାକାଲି ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ହେ ବ। ସେଥିପାଇଁ ପୂର୍ବରୁ ସରକାର ମଧ୍ୟ ଆସନ୍ତାକାଲି ସମସ୍ତ ସରକାରୀ ସ୍କୁଲ୍ ଓ ଅଫିସ୍‌କୁ ଛୁଟି ଘୋଷଣା କରିଥିଲେ । ଏବେ କେନ୍ଦ୍ରାପଡାରେ ମଦ ବନ୍ଦ ହେବା ଘୋଷଣା କରାଯାଇଛି । ସେହିପରି ମଧ୍ୟ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ହେବାକୁ ଥିବା ବେଳେ ସେହି ଦିନ ଉତ୍ତର ପ୍ରଦେଶରେ ସମସ୍ତ ସ୍କୁଲ୍‌, କଲେଜ ଛୁଟି ରହିବ। ସେହିପରି ସେହିଦିନ ଅଯୋଧ୍ୟାରେ କେହି ମଦ ବିକ୍ରି କରିପାରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି।  
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
17th and 22nd Kendrapara liquor sales stopped | Argus English