Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ହାତୀ ଆତଙ୍କ, ୨ ମୃତ

Odisha

ହାତୀ ଆତଙ୍କ, ୨ ମୃତ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ହାତୀ ଆତଙ୍କ, ୨ ମୃତ

ଅର୍ଗସ ବ୍ୟୁରୋ: ଅନୁଗୁଳରେ ପୁଣି ହାତୀ ଆତଙ୍କ । ୨ ଜଣଙ୍କୁ ଦଳି ମାରିଲା ହାତୀ । ଅନୁଗୁଳ ବନଖଣ୍ଡ ଛେଳିଆପଡା ବୁଢାପଦ ସାହିରେ ଅଇଁଠୁ ସାହୁଙ୍କ ହାତୀ ଆକ୍ରମଣରେ ଜୀବନ ଯାଇଥିବା ବେଳେ ଶାବଳଭଙ୍ଗା ଗାଁର ଗୁରୁ ନାୟକଙ୍କ ମଧ୍ୟ କଚାଡ଼ି ମାରିଛି ହାତୀ । ଗତକାଲି ରାତିରେ ଉଭୟ ହାତୀ ହାବୁଡ଼ରେ ପଡ଼ିବା ସହ ପ୍ରାଣ ହରାଇଛନ୍ତି । ବାରମ୍ବାର ଏଭଳି ଘଟଣା ଘଟୁଥିବା ବେଳେ କ୍ଷତିପୂରଣ ସହ ମୃତକଙ୍କ ପରିବାରରୁ ଜଣଙ୍କୁ ଚାକିରି ଦେବାକୁ ଦାବି କରି ରାସ୍ତାରୋକ କରିଛନ୍ତି ଲୋକେ । ବନ ବିଭାଗର ପ୍ରତିଶ୍ରୁତି ପରେ ସରଧାପୁରରେ ବନ୍ତଳା-ଅନୁଗୁଳ ମୁଖ୍ୟ ରାସ୍ତାରୁ ହଟିଛନ୍ତି ଲୋକେ ।

ତେବେ ଛେଳିଆପଡା ଗାଁରେ ସମାନ ଦାବି ନେଇ ଏବେ ବି ଆନ୍ଦୋଳନ ଜାରି ରହିଛି । ବନ ବିଭାଗ ଓ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । ଅନୁଗୁଳ ଜିଲ୍ଲାରେ ବାରମ୍ବାର ଲୋକେ ହାତୀ ଆକ୍ରମଣର ଶିକାର ହେଉଥିବା ବେଳେ ଲୋକଙ୍କୁ ସୁରକ୍ଷା ଦେବାରେ ବିଫଳ ହୋଇଛି ବନ ବିଭାଗ । ହାତୀ ଆକ୍ରମଣରେ ପ୍ରତିବର୍ଷ ଜିଲ୍ଲାରେ ଶତାଧିକ ଲୋକଙ୍କର ଜୀବନ ଯାଉଛି। କିଛି ଦିନ ମଧ୍ୟରେ କେବଳ ଅନୁଗୁଳ ବ୍ଲକରେ ୩୦ରୁ ଅଧିକ ଜୀବନ ଗଲାଣି । ହାତୀ ପଲ ଚାଷ ଉଜାଡ଼ି ଦେବା ସହ ଜୀବନ ସହ ଜୀବିକା ବି ବିପନ୍ନ ହେଉଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
2 dead in elephant attack | Argus English