Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଟନେଲରେ ଫସିଥିବା ୪ ଓଡିଆ ଶ୍ରମିକ

Odisha

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଟନେଲରେ ଫସିଥିବା ୪ ଓଡିଆ ଶ୍ରମିକ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଟନେଲରେ ଫସିଥିବା ୪ ଓଡିଆ ଶ୍ରମିକ

ଅର୍ଗସ ବ୍ୟୁରୋ: ଫେରିଲେ ୪ ଓଡିଆ ଶ୍ରମିକ। ଭୁବନେଶ୍ୱରରେ ପହଞ୍ଚିଲେ ଉତ୍ତରକାଶୀ ଟନେଲରେ ଫସିଥିବା ଓଡିଆ ଶ୍ରମିକ। ଜଣଙ୍କୁ ଛାଡି ବାକି ୪ ଓଡିଆ ଶ୍ରମିକ ଭୁବନେଶ୍ୱର ବିମାନବନ୍ଦରରେ ପହଁଞ୍ଚିଲେ। ତପନ ମଣ୍ଡଳ ପରେ ତାଙ୍କ ଭାଇଙ୍କ ସହ ଓଡିଶା ଫେରିବେ ବୋଲି ସୂଚନା। ଉତ୍ତରକାଶୀ ଟନେଲରୁ ପୁନର୍ଜନ୍ମ ଫାଇଥିବା 5 ଓଡ଼ିଆ ଶ୍ରମିକ ଆଜି ଫେରିଲେ। ଗତକାଲି ରିଷିକେଶ AIIMSରୁ ଓଡ଼ିଶା ଅଭିମୁଖେ ବାହାରିଥିଲେ ଶ୍ରମିକ । ରାଜ୍ୟ ଶ୍ରମ ବିଭାଗର ଅଧିକାରିଙ୍କ ସହ ଶ୍ରମିକଙ୍କ ପରିଜନ ବି ଡେରାଡୁନ ବିମାନବନ୍ଦରରେ ପହଁଚିଥିଲେ । ସେଠାରୁ ଦିଲ୍ଲୀ ବିମାନବନ୍ଦର ହୋଇ ଆଜି ଭୁବନେଶ୍ୱର ବିଜୁ ପଟନାୟକ ବିମାନବନ୍ଦରରେ ପାହଁଚିବେ। ଗତକାଲି ଋଷିକେଶ Aiims ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ଶ୍ରମିକଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ଦିଆଯାଇଥିଲା।

ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ ରହିବା ସହ ସମସ୍ତଙ୍କୁ କ୍ଲିଅରାନ୍ସ ଦିଆଯାଇଛି। ସମସ୍ତ ଶ୍ରମିକ aiims ଡାକ୍ତରଙ୍କ ଯୋଗାଯୋଗରେ ରହିବେ। ଉତ୍ତରକାଶୀ ଟନେଲରେ 7 ରାଜ୍ୟର 41 ଶ୍ରମିକ ଫସି ରହିଥିଲେ । ଦୀର୍ଘ 17 ଦିନ ପରେ ଟନେଲ ଭିତରୁ ଶ୍ରମିକଙ୍କୁ ସୁରକ୍ଷିତ ବାହାର କରାଯାଇଥିଲା। ଯେଉଁଥିରେ ଓଡ଼ିଶାର 5 ଜଣ ଶ୍ରମିକ ରହିଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
4 Odia workers trapped in tunnel reached Bhubaneswar airport | Argus English