Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ

Odisha

ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ

Jitendra Dash
Browse all articles by Jitendra Dash
·2 years ago·1 min read
ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ

ଅର୍ଗସ ବ୍ୟୁରୋ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ଏମ୍‌.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍‌.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ସ୍ତରୀୟ ଭାରଉତୋଳନ ପ୍ରତିଯୋଗିତାରେ ନିଜର ପାରଦର୍ଶିତା ଦେଖାଇ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହିତ ରୌପ୍ୟ ପଦକ ହାସଲ କରିଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେହିପରି ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଆନ୍ତର୍ଜାତୀୟ ମିଲେଟ୍ ପ୍ରତିଯୋଗିତାରେ ବ୍ୟାଚ୍‌ଲର୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଏବଂ କ୍ୟାଟରିଂ ଟେକ୍‌ନୋଲୋଜି (ବିଏଚ୍‌ଏମ୍‌ସିଟି)ର ଶେଷବର୍ଷର ଛାତ୍ର ସୌଭାଗ୍ୟ ବାରିକ ମିଲେଟ୍ ଦ୍ୱାରା ବିଭିନ୍ନ ସୁସ୍ୱାଦ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏହି ଦୁଇ ଛାତ୍ରଛାତ୍ରୀ ଙ୍କର ସଫଳତା  ପାଇଁ  ବିଶ୍ୱବିଦ୍ୟାଳୟ ଗୌରବ ଅର୍ଜନ କରିଛି । ଏହି ସଫଳତା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Achievements of SOA School of Hotel Management students | Argus English