Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ "ସୁଶାସନ ଦିବସ" ପାଳନ

Odisha

ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ "ସୁଶାସନ ଦିବସ" ପାଳନ

Jitendra Dash
Browse all articles by Jitendra Dash
·2 years ago·2 min read
ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ "ସୁଶାସନ ଦିବସ" ପାଳନ

ଅର୍ଗସ ବ୍ୟୁରୋ : ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ରାଜନେତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୯୯ତମ ଜନ୍ମବାର୍ଷିକୀ ଅବସରରେ ଏମ୍‌ସ ଭୁବନେଶ୍ବର ପକ୍ଷରୁ ଗତକାଲି "ସୁଶାସନ ଦିବସ" ପାଳିତ ହୋଇଯାଇଛି। ଏହି ଅବସରରେ ଯୁଗଦ୍ରଷ୍ଟା ଅଟଳ ବିହାରୀଙ୍କୁ ଏମ୍‌ସ ଭୁବନେଶ୍ବର ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି।

ଏନେଇ ଗତକାଲି ଏମ୍‌ସ ଭୁବନେଶ୍ବର ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ଭାରତରତ୍ନ ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍‌ସ ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ନିମନ୍ତେ ଶ୍ରୀ ବାଜପେୟୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। 

ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ପ୍ରତିଷ୍ଠା ତଥା ବିକାଶରେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ। ଦିବଂଗତ ଜନନାୟକଙ୍କ ଦୂରଦ୍ରଷ୍ଟୀ ବିଚାର କାରଣରୁ ଜନସେବା ନିମିତ୍ତ ସ୍ଥାପିତ ଏହି ଅନୁଷ୍ଠାନ ଓଡ଼ିଶା ତଥା ପଡ଼ୋଶୀ ରାଜ୍ୟର ଜନସାଧାରଣଙ୍କ ଅଶେଷ କଲ୍ୟାଣ କରୁଥିବା ମତବ୍ୟକ୍ତ କରିଥିଲେ ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ବାସ। 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ଡିନ୍‌ ଡ. ପି ଆର୍ ମହାପାତ୍ର, ଡ. ସତ୍ୟଜିତ ମିଶ୍ର, ଡ. ସୌଭାଗ୍ୟ କୁମାର ଜେନା, ମେଡିକାଲ୍ ଅଧିକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଭାରପ୍ରାପ୍ତ ଡିଡିଏ ରଶ୍ମି ରଞ୍ଜନ ସେଠୀ, ଡ. ଅଶୋକ କୁମାର ଜେନା ପ୍ରମୁଖଙ୍କ ସମେତ ଅତିଥି, ଅଧ୍ୟାପକ/ଅଧ୍ୟାପିକା, ଛାତ୍ର ଏବଂ କର୍ମଚାରୀ ଉପସ୍ଥିତ ଥିଲେ।

ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଏମ୍‌ସ ପରିସରରେ ଥିବା ଭାରତରତ୍ନ ଅଟଳ ବିହାରୀଙ୍କ ପୂର୍ଣ୍ଣାୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍‌ସ ଭୁବନେଶ୍ବର ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ଫଳରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବିର‌ାଟ ପରିବର୍ତ୍ତନ ଆସିଥିବା ମତପ୍ରକାଶ କରିଥିଲେ। ଉଲ୍ଲେଖଯୋଗ୍ୟଯେ ଏମ୍‌ସ ଭୁବନେଶ୍ୱର ପରିସରରେ ସ୍ୱର୍ଗତ ବାଜପେୟୀଙ୍କ ଏକ ପୂର୍ଣ୍ଣାୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି । 

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ୧୫ ଜୁଲାଇ ୨୦୦୩ ରେ ଏମ୍‌ସ ଭୁବନେଶ୍ୱରର ଭିତ୍ତିପ୍ରସ୍ଥର ସ୍ଥାପନ କରିଥିଲେ। ଏହା ଦେଶର ଦ୍ୱିତୀୟ ଏବଂ ଏକମାତ୍ର ଏମ୍ସ ଯାହାର ଭିତ୍ତିପ୍ରସ୍ଥର ଶ୍ରୀ ବାଜପେୟୀଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ଉଲ୍ଲେଖଯୋଗ୍ୟଯେ ଏମ୍‌ସ ଭୁବନେଶ୍ୱର ପୂର୍ବ ଭାରତର ଏକ ପ୍ରମୁଖ ସ୍ୱାସ୍ଥ୍ୟ ସେବା ପ୍ରତିଷ୍ଠାନରେ ପରିଣତ ହେବା ସହିତ ସାଧାରଣ ଲୋକଙ୍କ ଆସ୍ଥାଭାଜନ ହୋଇପାରିଛି।

Sponsored
Aiims Bhubaneswar celebrates 'Good Governance Day' by paying tribute to founder of Bharat Ratna Atal Bihari Vajpayee | Argus English