Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବିଭିନ୍ନ ସ୍ଲୋଗାନ ଦେଇ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ

Odisha

ବିଭିନ୍ନ ସ୍ଲୋଗାନ ଦେଇ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ

Jitendra Dash
Browse all articles by Jitendra Dash
·2 years ago
ବିଭିନ୍ନ ସ୍ଲୋଗାନ ଦେଇ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ

ଅର୍ଗସ ବ୍ୟୁରୋ : ଦୁର୍ନୀତିଗ୍ରସ୍ତ, ଭ୍ରଷ୍ଟାଚାରୀ, ବ୍ୟଭିଚାରୀ, ରାଜ୍ୟ ସରକାରଙ୍କ ବିରୋଧରେ ବିଜେପି ପକ୍ଷରୁ ଆଜି ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଘେରାଉ କରାଯାଇଛି । କେବଳ ଘେରାଉ ନୁହେଁ ବ୍ଲକ କାର୍ଯ୍ୟଳୟକୁ ଧସେଇ ପଶିଥିଲେ ବିଜେପି କାର୍ଯ୍ୟକର୍ତ୍ତା । ପରେ ବ୍ଲକ କାର୍ଯ୍ୟାଳୟ ପରିସରରେ ବିଜେପି କାର୍ଯ୍ୟକର୍ତ୍ତା ମାନେ ବିଭିନ୍ନ ସ୍ଲୋଗାନ ଦେଇ ଦୁର୍ନୀତିର ଚରମ ସୀମା ଲଙ୍ଘି ଥିବା ବ୍ଲକ ପ୍ରଶାସନ ବିରୋଧରେ ନାରାବାଜି କରିଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଆଜି ଉଭୟ ଅନୁଗୁଳ ଓ ଛେଣ୍ଡିପଦା ବିଧାନସଭା ନିର୍ବାଚନ ମଣ୍ଡଳୀର ବଅଁରପାଳ ବ୍ଲକ ଠାରେ ବିଜେପି ପକ୍ଷରୁ ଜନ ଆକ୍ରୋଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ଜଗନ୍ନାଥ ମନ୍ଦିର ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଦଳୀୟ କାର୍ଯ୍ୟକର୍ତ୍ତା ମାନେ ବ୍ଲକ କାର୍ଯ୍ୟଳୟ ସମ୍ମୁଖରେ ପହଞ୍ଚି ପ୍ରତିବାଦ କରିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Angul bjp protest | Argus English