|
logo
Live

Argus News - ରାଜ୍ୟ ସରକାର ‘ଡମ୍ପିଂ ୟାର୍ଡ’ର ବ୍ୟବସ୍ଥାର ସ୍ଥାୟୀ ସମାଧାନ ନକଲେ ସତ୍ୟାଗ୍ରହ ଜାରି ରହିବ

Odisha

ରାଜ୍ୟ ସରକାର ‘ଡମ୍ପିଂ ୟାର୍ଡ’ର ବ୍ୟବସ୍ଥାର ସ୍ଥାୟୀ ସମାଧାନ ନକଲେ ସତ୍ୟାଗ୍ରହ ଜାରି ରହିବ

Jitendra Dash
Browse all articles by Jitendra Dash
·2 years ago·2 min read
ରାଜ୍ୟ ସରକାର ‘ଡମ୍ପିଂ ୟାର୍ଡ’ର ବ୍ୟବସ୍ଥାର ସ୍ଥାୟୀ ସମାଧାନ ନକଲେ ସତ୍ୟାଗ୍ରହ ଜାରି ରହିବ

ଅର୍ଗସ ବ୍ୟୁରୋ : ୨୩ ବର୍ଷର ବିଜେଡି ଶାସନରେ ଭୁବନେଶ୍ୱରବାସୀ “ଦୁର୍ଗନ୍ଧ”କୁ ଉପହାରରେ ପାଇଛନ୍ତି । ପୂର୍ବରୁ ରାଜଧାନୀର ମଧ୍ୟବର୍ତୀ ଅଂଚଳରେ ଥିବା ଗାଡକଣସ୍ଥିତ ‘ଡମ୍ପିଂ ୟାର୍ଡ’ର ର୍ଦୁଗନ୍ଧରେ ସ୍ଥାନୀୟ ଗାଡକଣ, ରଙ୍ଗମାଟିଆ, ଡମଣା, ମଂଚେଶ୍ୱରବାସିନ୍ଦାଙ୍କ ଜୀବନ ଅତିଷ୍ଠ ହେଉଥିଲା । ଏହି ଦୁର୍ଗନ୍ଧ ସମୟ କ୍ରମେ ସାରା ସହରକୁ ବ୍ୟାପିଲାଣି । ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ସ୍ମାର୍ଟ ସିଟି ଭୁବନେଶ୍ୱରବାସୀଙ୍କ ଜୀବନ ଅତ୍ୟନ୍ତ ଦୟନୀୟ ହୋଇପଡିଛି । ରାଜଧାନୀର ମଧ୍ୟବର୍ତୀ ଅଂଚଳରେ ଥିବା ଗାଡକଣସ୍ଥିତ ‘ଅସ୍ଥାୟୀ ଡମ୍ପିଂ ୟାର୍ଡ’  ଆଜି ‘ସ୍ଥାୟୀ ଡମ୍ପିଂ ୟାର୍ଡ’ରେ ପରିଣତ ହୋଇ କୃତ୍ରିମ ପାହାଡର ଭ୍ରମ ସୃଷ୍ଟି କରିଛି । ଏହି “ଦୁର୍ଗନ୍ଧ” ପାଇଁ ଭାରତୀୟ ଜନତା ପାର୍ଟି ବାରମ୍ବାର ବିଏମ୍‌ସି ଓ ରାଜ୍ୟ ସରକାରଙ୍କୁ ଅବଗତ କରାଇଥିଲେ । କିନ୍ତୁ ତାହାର ସୁଫଳ ନମିଳିଥିବାରୁ ଆଜି ଭାରତୀୟ ଜନତା ପାର୍ଟି ଜିଲ୍ଲା ପକ୍ଷରୁ ‘ଡମ୍ପିଂ ୟାର୍ଡ’କୁ ନେଇ ସତ୍ୟାଗ୍ରହ ଦ୍ୱିତୀୟ ଦିନରେ ପଂହଚିଛି । ରାଜ୍ୟ ସରକାର ‘ଡମ୍ପିଂ ୟାର୍ଡ’ର ବ୍ୟବସ୍ଥାର ସ୍ଥାୟୀ ସମାଧାନ ନକଲେ ସତ୍ୟାଗ୍ରହ ଜାରି ରହିବ ବୋଲି ଜିଲ୍ଲା ସଭାପତି ଶ୍ରୀ ବାବୁ ସିଂ କହିଛନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଭୁବନେଶ୍ୱରର ଲୋକେ ଭୋଟ ଓ ଟିକସ ଦେଇ ରୋଗକୁ ଉପାହାରରେ ପାଉଛନ୍ତି । ଟିକସ ନେଇ ନିଜ ଦାୟୀତ୍ୱ ଭୁଲି ଯାଉଛି ବିଏମସି । ସ୍ମାର୍ଟସିଟି ଭୁବନେଶ୍ୱରର ସ୍ୱଚ୍ଛତା ରକ୍ଷା ପାଇଁ ରାଜ୍ୟ ସରକାର, ମେୟର, କମିଶନର, ବିଭାଗୀୟ ଅଧିକାରୀ, ବିଏମସି କର୍ତୃପକ୍ଷ ମିଳିତ ଭାବେ ଦାୟୀତ୍ୱ ନିଅନ୍ତୁ ବୋଲି ଶ୍ରୀ ସିଂ କହିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଗାଡକଣସ୍ଥିତ ‘ଡମ୍ପିଂ ୟାର୍ଡ’ଅସୁସ୍ଥ ପରିବେଶ, ବାୟୁ ପ୍ରଦ୍ୟୁଷଣ ଓ ଅସହ୍ୟ ର୍ଦୁଗନ୍ଧ କାରଣରୁ ସ୍ଥାନୀୟ ଅଂଚଳବାସୀ ଘରର କବାଟ ବନ୍ଦ କରି ରହିବା ସହିତ ମୁହଁରେ ମାସ୍କ ପିନ୍ଧୁଛନ୍ତି । ଏପରିକି ଚର୍ମରୋଗ, ଶ୍ୱାସରୋଗ ଓ କ୍ୟାନସର ଭଳି ମାରାତ୍ମକ ରୋଗ ବ୍ୟାପିବାରେ ଲାଗିଛି । ଦୀର୍ଘଦିନର ବିଜେଡି ସରକାର ସାଧାରଣ ଲୋକଙ୍କ ଦୁଃଖର କାରଣ ସାଜିଛି ।  ଅସୁସ୍ଥକର ପରିବେଶ ପାଇଁ ଭକ୍ତମାନେ ସେଠାରେ ଥିବା ସର୍ବେଶ୍ୱର ମହାଦେବ ମନ୍ଦିର, ଦାସରାଜ ମନ୍ଦିରକୁ ଆସୁନଥିବାରୁ ଏହା ବନ୍ଦ ରହିଥିବା ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମହାନ୍ତି କହିଛନ୍ତି ।

ଏହି ଦୁର୍ଗନ୍ଧ ପରିବେଶ ପାଇଁ ଭୁବନେଶ୍ୱରବାସିନ୍ଦାଙ୍କ ଦୁଃଖ ଓ ଧର୍ଯ୍ୟର ସୀମାକୁ ରାଜ୍ୟ ସରକାର ପରୀକ୍ଷା ନକରି ଏହାର ସୁବ୍ୟବସ୍ଥା କରନ୍ତୁ । ଏହି ଅଂଚଳରେ କେନ୍ଦ୍ରୀୟ ବିଦ୍ୟାଳୟ, ସୈନିକ ସ୍କୁଲ, ଉତ୍କଳ ବିଶ୍ୱବିଦ୍ୟାଳୟ, ଇଷ୍ଟକୋଷ୍ଟ ରେଲୱେ ଅଫିସ, ମେଡିକାଲ, ସରକାରୀ ଓ ଘରୋଇ କଲୋନୀ, ଅପୋଲ ହସ୍ପିଟାଲ ରହିଛି । ରାଜ୍ୟ ସରକାର ଏଥିପ୍ରତି ଧ୍ୟାନ ଦେଇ ଏହି ଅଳିଆକୁ ସହରଠୁ ଦୂରରେ ‘ଡମ୍ପିଂ ୟାର୍ଡ’ ପ୍ରସ୍ତୁତ କରନ୍ତୁ ବୋଲି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଜଗନ୍ନାଥ ପ୍ରଧାନ କହିଛନ୍ତି । 

ଦ୍ୱିତୀୟ ଦିନର ଏହି ସତ୍ୟାଗ୍ରହ ଆନ୍ଦୋଳନରେ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ରାଜ୍ୟ ମୁଖପାତ୍ର ମନ୍ଧେକ୍ସ ମହାପାତ୍ର, ବରିଷ୍ଠ ନେତା ଭୁବନାନନ୍ଦ ତ୍ରିପାଠୀ, ଜିଲ୍ଲା ସାଧାରଣ ସମ୍ପାଦକ ଦିଲ୍ଲୀପ ବେହେରା, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସ୍ୱୟଂସେବକ ରାୟ, ମହିଳାମୋର୍ଚ୍ଚା ସଭାନେତ୍ରୀ ସୁଭାଷିନୀ ପୃଷ୍ଟି, କୃଷକ ମୋର୍ଚ୍ଚା ସଭାପତି ବିକ୍ରମ ପ୍ରଧାନ, ଓବିସି ମୋର୍ଚ୍ଚା ସଭାପତି ସୁଶିଲ ସାହୁ, ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଶିଦ୍ଧିକ୍ ଅହମ୍ମଦ ଖାଁନ, ଜିଲ୍ଲା ଉପସଭାପତି ନିରଞ୍ଜନ ରାଉତରାୟ, ରାଜେନ୍ଦ୍ର ଦାସ, ସୁଶାନ୍ତ ସାବତ, ବିଭାସ ସେନଗୁପ୍ତା, ମାନସୀ ରାୟ, ଜିଲ୍ଲା ସମ୍ପାଦକ ପ୍ରଶାନ୍ତ କୁମାର ମହାନ୍ତି, ମଣ୍ଡଳ ସଭାପତି ଯତୀନ୍ଦ୍ର ମହାନ୍ତି, ଅମରଜ୍ୱତି ଜଗଦ୍ଦେବ, ଜିଲ୍ଲା ମନ କି ବାତ ସଂଯୋଜକ ସଂଗ୍ରାମ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Sponsored
ରାଜ୍ୟ ସରକାର ‘ଡମ୍ପିଂ ୟାର୍ଡ’ର ବ୍ୟବସ୍ଥାର ସ୍ଥାୟୀ ସମାଧାନ ନକଲେ ସତ୍ୟାଗ୍ରହ ଜାରି ରହିବ | Argus English