Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆପଣଙ୍କ ଦିନଟି ଆଜି କିପରି କଟିବ ଜାଣନ୍ତୁ ...

Odisha

ଆପଣଙ୍କ ଦିନଟି ଆଜି କିପରି କଟିବ ଜାଣନ୍ତୁ ...

Manini Pattanayak
Browse all articles by Manini Pattanayak
·2 years ago·4 min read
ଆପଣଙ୍କ ଦିନଟି ଆଜି କିପରି କଟିବ ଜାଣନ୍ତୁ ...

ମେଷ-
କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ
ବୃଷ-
ଧୈର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର‌୍ୟ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ପୂଜା ପାଠ କରନ୍ତୁ
କର୍କଟ-
ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।  ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ, ଗୁରୁଜନଙ୍କ ପାଖରେ ଆଦୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ପାରିବାରିକ ସ୍ଥିତି, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି ।  ଭୁଲ୍ ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି । 
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କନ୍ୟା-
ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ । ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଧନୁ-
ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।  ବ୍ୟବସାୟ ଅଗ୍ରଗତି କରିବା ପାଇଁ  ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ।   ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –  ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ । ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ 
ମୀନ-
ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି । ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା  ପାଠ କରନ୍ତୁ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Find out how to spend your day today... | Argus English