|
logo
Live

Argus News - କିପରି କଟିବ ଆପଣଙ୍କ ଦିନ, ଜାଣନ୍ତୁ ଆଜି ଦିନର ରାଶିଫଳ

Odisha

କିପରି କଟିବ ଆପଣଙ୍କ ଦିନ, ଜାଣନ୍ତୁ ଆଜି ଦିନର ରାଶିଫଳ

Manini Pattanayak
Browse all articles by Manini Pattanayak
·2 years ago·4 min read
କିପରି କଟିବ ଆପଣଙ୍କ ଦିନ,  ଜାଣନ୍ତୁ ଆଜି ଦିନର ରାଶିଫଳ

ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଦ୍ୱିଜା-ରାଜନୀତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । 
କୃତିକା- ଆୟନୀ , ଅଦାଲତରେ ଜଡିତ ରହିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ବୃଷ-

କୃତିକା- ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବ୍ୟପାର ବୃର୍ତିରେ ପ୍ରଗତି  ହେବ ।
ରୋହିଣୀ- ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ
ମୃଗଶିରା- ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ ।ଶୃଙ୍ଖଳିତ ଭାବେ କର୍ମ କରି ସଫଳତା ପାଇବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-

ମୃଗଶିରା-କର୍ମ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । 
ଆଦ୍ରା- କୈାଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ ।  
ପୁନର୍ବସୁ- ଜମି କ୍ରୟ କରି ଖୁସି ରହିବେ । କୌଣସି କଥା କୁ ନେଇ ଅଧିକ ଭାବୁକ ରହିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

କର୍କଟ-

ପୁନର୍ବସୁ- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ ।
ପୁଷ୍ୟା- ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ସ୍ଥାପନ ହେବ
ଅଶ୍ଲେଷା- ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-

ମଘା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସଂକ୍ରମଣ ଦେଖାଦେଇପାରେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ 
ପୂ,ଫାଲଗୁନି- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି  ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି ।  
ଉ,ଫାଲଗୁନି- ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

କନ୍ୟା-

ଉ,ଫଳଗୁନି- ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ 
ହସ୍ତା- ପୁରୁଣା ନେତାଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।
ଚିତ୍ରା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-

ଚିତ୍ରା- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ
ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । କାଳକ୍ଷେପଣ ପଦ୍ଧତି ଅନୁଯାୟୀ ସମସ୍ୟାର ସମାଧାନ କରିବେ ।
ବିଶାଖା- ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-

ବିଶାଖା- ସାମୟିକ ଭାବେ ଶାରୀରିକ ଅସୁସ୍ଥତା ଦେଖାଦେବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । 
ଅନୁରାଧା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।
ଜ୍ୟେଷ୍ଠା- ମହିଳା ମାନେ ସଙ୍ଗୀତ କ୍ଷେତ୍ରରେ ମନ ଲଗାଇବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-

ମୂଳା- ନୂତନ ଭାବେ ଆରମ୍ଭ କରୁଥିବା କାମରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତୀଥି ମାନଙ୍କ ସେବା କରି ଆନନ୍ଦିତ ରହିବେ
ପୂ,ଷାଢା- ଉଚ୍ଚପଦସ୍ଥ  ଅଧୀକାରୀଙ୍କ ସହିତ ରହିବାର  ସୁଯୋଗ  ମିଳିବ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ
ଉ,ଷାଢା- କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମକର-

ଉ,ଷାଢା- ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର୍ଯ୍ୟ କରିବ । କବିଙ୍କର କୈାଣସି କବିତାରେ ପ୍ରଂଶସା ମିଳିପାରେ ।
ଶ୍ରବଣା-ଚାକିରୀ କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଶଂସା ମିଳିବ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେବେ । 
ଧନିଷ୍ଠା- ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।  ଜମିରେ ନିବେଶ କରନ୍ତୁ ଲାଭ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-

ଧନିଷ୍ଠା- କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ।
ଶତଭିଷା- ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ   
ପୂ,ଭାଦ୍ରପଦ- ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଜୀବନରେ ନୂଆ  ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ମୀନ-

ପୂ,ଭାଦ୍ରପଦ- ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ
ଉ,ଭାଦ୍ରପଦ- ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ
ରେବତୀ-ପୂଜା ପାଠ କରିବା ଦ୍ୱାରା ମନରେ ଶାନ୍ତି ଆସିବ। ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

Sponsored
କିପରି କଟିବ ଆପଣଙ୍କ ଦିନ, ଜାଣନ୍ତୁ ଆଜି ଦିନର ରାଶିଫଳ | Argus English