ଆଜି ଲୋକାର୍ପିତ ହେବ ସମ୍ବଲପୁରର ସମଲେଇ ପ୍ରକଳ୍ପ, ସକାଳୁ ସକାଳୁ ପୂଜାର୍ଚ୍ଚନା ଆରମ୍ଭ

ଅର୍ଗସ ବ୍ୟୁରୋ : ଆଜି ସମଲେଇ ପ୍ରକଳ୍ପର ଉଦଘାଟନ । ପଶ୍ଚିମ ଓଡିଶାର ଆଧାତ୍ମିକ ଭାବାବେଗର ପ୍ରାଣକେନ୍ଦ୍ର, ମା’ ସମଲେଶ୍ୱରୀ ପୀଠରେ ନିର୍ମାଣ ଚାଲିଥିବା ଏହି ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ସମଲେଇ ପ୍ରକଳ୍ପ ଯଜ୍ଞ ପାଇଁ ପୂଜା ବିଧି ଆରମ୍ଭ ହୋଇସାରିଛି । ଲୋକାର୍ପଣ ପରେ ଅପରାହ୍ଣ ୫ଟାରୁ ଭକ୍ତମାନେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିପାରିବେ । ସମଲେଶ୍ୱରୀ ପ୍ରକଳ୍ପର ଲୋକାର୍ପଣ ପାଇଁ ଆଜି ରାଜ୍ୟର ସବୁ ସ୍କୁଲ ଓ କଲେଜ ବନ୍ଦ ଘୋଷଣା କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ସେହିପରି ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ପ୍ରକଳ୍ପର ପ୍ରତିଟି ଦୃଶ୍ୟକୁ ଟେଲିଭିଜିନ ମାଧ୍ୟମରେ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିସହ ସମ୍ବଲପୁରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୩୫ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି ।
📱 Get Argus News App
✨