Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - କେମିତି କଟିବ ଆଜିର ଦିନ

Odisha

କେମିତି କଟିବ ଆଜିର ଦିନ

Smruti Parija
Browse all articles by Smruti Parija
·2 years ago·4 min read
କେମିତି କଟିବ ଆଜିର ଦିନ

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜିର ଦିନ । କଣ ରହିଛି ଆପଣଙ୍କର ଭାଗ୍ୟ ଭବିଷ୍ୟତ । ଆସନ୍ତୁ ଜାଣିବା

ମେଷ-
କୈାଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।  ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ଲେଖାପଢାରେ ଧନ ଅର୍ଜନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ
ବୃଷ-
ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ଦକ୍ଷତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ ।  ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ । ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ମହିଳା ମାନେ ଅର୍ଥଲାଭ କରିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ 
ମିଥୁନ-
ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।  ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ । ମହିଳା ମାନେ ଧୈର‌୍ୟ୍ୟ ଧରି କାମ କରିଲେ କାର‌୍ୟ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ । ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର‌୍ୟ୍ୟ କରନ୍ତୁ
ସିଂହ-
ସ୍ୱାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ । ମାଙ୍ଗଳିକ କାର‌୍ୟ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମଧୁର ବ୍ୟବହାର ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଲାଭ କରିବେ। ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ଆନନ୍ଦମୟ ପରିବେଶରେ ସମୟ ଅତିବାହିତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆଶାପୂରଣ ଓ ଯାତ୍ରାରେ ସଫଳତା ପାଇବେ । ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାର୍ଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ
ବିଛା-
ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି ।  ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । କର୍ମକ୍ଷେତ୍ରରେ ସାଧାରଣ କଥାରୁ ମନାନ୍ତର ଘଟିବାର ଆଶଙ୍କା ଦେଖାଦେଇପାରେ । ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ମକର-
ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ । ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତ,  ନଚେତ୍ ହଜିଯିବା ସମ୍ଭାବନା ରହିଛି । ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟକୁ ଆସିବେ । ସାମାଜିକ ଜୀବନକୁ ସରସ ସୁନ୍ଦର କରିବାରେ ସହାୟକ ହେବ । ଅନ୍ୟମାନଙ୍କୁ ସାହାର୍ଯ୍ୟ କରିବା ପାଇଁ ବିଭିନ୍ନ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ମୀନ-
ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ ବନ୍ଧୁତା ରହିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରତ୍ୟେକ କାମ କରାଇ ନେବେ । ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
know-horoscope-of-today | Argus English