Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେଲେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ

Odisha

ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେଲେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ

Banajyotshna Ray
Browse all articles by Banajyotshna Ray
·2 years ago
ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେଲେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ

ଅର୍ଗସ ବ୍ୟୁରୋ:  ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେଲେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ସରୋଜ କୁମାର ମିଶ୍ର । ଅଦାଲତ ଅବମାନନା ପାଇଁ କୋର୍ଟଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି । ଆସନ୍ତା ଡିସେମ୍ବର ମାସ ପ୍ରଥମ ସପ୍ତାହ ସୁଦ୍ଧା ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ପାଇଁ ନିୟମିତ ନିର୍ଦ୍ଦେଶକ ନିଯୁକ୍ତି ଦେବେ ବୋଲି କୋର୍ଟଙ୍କୁ ଅବଗତ କଲେ ।

ଆଇନଜୀବୀ ଚିତ୍ତ ରଞ୍ଜନ ମହାନ୍ତିଙ୍କ ପକ୍ଷରୁ ଦାଖଲ ଅଦାଲତ ଅବମାନନା ଆବେଦନ ଉପରେ ସ୍ୱାସ୍ଥ୍ୟ ବିଭାଗର ସ୍ଵତନ୍ତ୍ର ସଚିବଙ୍କୁ ବ୍ୟକ୍ତଗତ ଭାବେ ହାଜର ହେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । କୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରି ସେପ୍ଟେମ୍ବର ୨୦, ୨୦୨୩ରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିବା ଡାକ୍ତର ଲଲାଟେନ୍ଦୁ ଷଡ଼ଙ୍ଗୀଙ୍କୁ ପୁଣି ଥରେ ନିର୍ଦ୍ଦେଶକ ପଦ ପାଇଁ ନିଯୁକ୍ତି ଦେଇଥିଲା ସ୍ୱାସ୍ଥ୍ୟ ବିଭାଗ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

 

Sponsored
Saroj Kumar Mishra, Special Secretary, Health Department, appeared in the High Court in person ​ | Argus English