Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା  

Odisha

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା  

Manini Pattanayak
Browse all articles by Manini Pattanayak
·2 years ago·1 min read
ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା  

 ଭୁବନେଶ୍ୱର:  ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ବାତ୍ୟାର ଆଶଙ୍କା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଦକ୍ଷିଣ ଆଣ୍ଡାମାନ ଓ ତାର ପାର୍ଶ୍ବବର୍ତୀ ଅଂଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଲଘୁଚାପ ଟି  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କାଲି ସୁଦ୍ଧା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପଟି ଟି ପରବର୍ତ୍ତୀ 24 ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି ।

ଅବପାତର ରୂପ ନେବା ପରେ ହିଁ ବାତ୍ୟାର ରୂପରେଖ କ’ଣ ରହିବ ତାହା ସ୍ପଷ୍ଟ ହୋଇପାରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ  । ତେବେ ଓଡ଼ିଶା ପାଇଁ ବର୍ତ୍ତମାନ କୌଣସି ବିପଦ ନାହିଁ । ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ୩ ତାରିଖ ପରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବରଗଡ଼, ଝାରସୁଗୁଡା,ବଲାଙ୍ଗିର, ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Storm is likely in the Bay of Bengal | Argus English