Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ହେବ ଅଙ୍କୁରପୂଜନ

Odisha

ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ହେବ ଅଙ୍କୁରପୂଜନ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ହେବ ଅଙ୍କୁରପୂଜନ

ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ପ୍ରକ୍ରିୟା । ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ଓ ଗୁଆଟେକା କାର୍ଯ୍ୟ ପରେ ଅଙ୍କୁରରୋପଣ ହେବ । ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ । ୧୪ ତାରିଖରେ ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରୁ ୧ଟା ମଧ୍ୟରେ ଅଖଣ୍ଡଦୀପ ସ୍ଥାପନ, ପଞ୍ଚକର୍ମ, ଆଚାର୍ଯ୍ୟଙ୍କ ଦ୍ଵାରା ବ୍ରାହ୍ମଣ ବରଣ ଓ ମଣ୍ଡଳପୂଜନ ହେବ ।

ଓ ଏହାସହ ଶ୍ରୀମନ୍ଦିର ଚାରିଦୁଆରରେ ଵେଦ ପାରାୟଣ ଓ ଅନ୍ତଃପ୍ରଦିକ୍ଷଣ ପଥରେ ନାମ ସଂକୀର୍ତ୍ତନ ହେବ । ୧୬ରେ ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ଶାଳା ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ପୁଷ୍ପାଞ୍ଜଳି, ଆରତୀ, ହବନ ଓ ସଂକୀର୍ତ୍ତନ ହେବ । ୧୭ ତାରିଖ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇଯିବ ପୂଜା ଓ ପ୍ରତିଷ୍ଠା କାର୍ଯ୍ୟ । ଅପରାହ୍ନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ଶୁଭ ମୁହୂର୍ତ୍ତରେ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ଦିନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଯଜ୍ଞ ପୂର୍ଣ୍ଣାହୂତି ଦେବେ । ଅପରାହ୍ଣ ୩ଟା ପରେ ପରିକ୍ରମା ମାର୍ଗକୁ ଯାଇପାରିବେ ସାଧାରଣ ଶ୍ରଦ୍ଧାଳୁ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
The process of inauguration of the Parikrama project of Sri Mandir begins today | Argus English