ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ସରସ୍ୱତୀ ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
·2 years ago·1 min read

ଅର୍ଗସ ବ୍ୟୁରୋ : ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ସରସ୍ୱତୀ ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । ଚିକିତ୍ସିତ ଅବସ୍ଥାରେ ୯୮ବର୍ଷୀୟା ସ୍ୱର୍ଗତାଃ ପ୍ରଧାନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସ୍ୱର୍ଗତାଃ ପ୍ରଧାନ ରାଜନୀତିରେ ଅଧିକରୁ ଅଧିକ ମହିଳା ସାମିଲ ହେବା ନେଇ ପ୍ରୋତ୍ସାହିତ କରୁଥିଲେ । ସ୍ୱର୍ଗତାଃ ପ୍ରଧାନଙ୍କ ମୃତ୍ୟୁ ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ସ୍ୱର୍ଗତାଃ ପ୍ରଧାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: