Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନିଅନ୍ତୁ ରାଜ୍ୟ ସରକାର

Odisha

ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନିଅନ୍ତୁ ରାଜ୍ୟ ସରକାର

Jitendra Dash
Browse all articles by Jitendra Dash
·2 years ago·1 min read
ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନିଅନ୍ତୁ ରାଜ୍ୟ ସରକାର

ଅର୍ଗସ ବ୍ୟୁରୋ : ରାଉରକେଲାରେ ଡାଇରିଆ ସଂକ୍ରମଣ ଘଟଣାରେ ଚିନ୍ତା ପ୍ରକାଶ କରିବା ସହ ସଂକ୍ରମଣକୁ ରୋକିବା ପାଇଁ ତ୍ୱରିତ ପଦକ୍ଷେପ ସ୍ୱରୂପ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ପାଇଁ ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଉରକେଲା ସହର ସହିତ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ଡାଇରିଆ ଲାଗି ରହିଥିବା କାରଣରୁ ଲୋକମାନେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।  

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ରାଉରକେଲା ଭଳି ମହାନଗର ଅଞ୍ଚଳରେ ଡାଇରିଆ ସଂକ୍ରମଣରେ ଶତାଧିକ ଲୋକ ଆକ୍ରାନ୍ତ ହେବା ଓ ପ୍ରଶାସନର ନିୟନ୍ତ୍ରଣ ବାହାରକୁ ଚାଲିଥିବା ଚିନ୍ତାଜନକ । ରାଜ୍ୟ ସରକାର ତୁରନ୍ତ ଏହି ସମ୍ବେଦଶୀଳ ଘଟଣାକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ ।

ସଂକ୍ରମିତ ଅଞ୍ଚଳରେ ଘର ଘର ବୁଲି ଲୋକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସଚେତନତା ସୃଷ୍ଟି କରାଯାଉ । ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ସହ ଉକ୍ତ ଅଞ୍ଚଳରେ ନାଗରିକଙ୍କୁ ଅତ୍ୟାବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ତ୍ୱରିତ ପଦକ୍ଷେପ ନିଅନ୍ତୁ ବୋଲି ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଛନ୍ତି ।

Sponsored
The Union Minister expressed concern about diarrheal infection in Rourkela | Argus English