Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବରଗଡ ଜିଲ୍ଲାର ଦେବ୍ରିଗଡ଼ ଓ ସମ୍ବଲପୁର ଖିଣ୍ଡା ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିଲେ କେନ୍ଦ୍ରମନ୍ତ୍ରୀ

Odisha

ବରଗଡ ଜିଲ୍ଲାର ଦେବ୍ରିଗଡ଼ ଓ ସମ୍ବଲପୁର ଖିଣ୍ଡା ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିଲେ କେନ୍ଦ୍ରମନ୍ତ୍ରୀ

Ritu Das
Browse all articles by Ritu Das
·2 years ago·3 min read
ବରଗଡ ଜିଲ୍ଲାର ଦେବ୍ରିଗଡ଼ ଓ ସମ୍ବଲପୁର ଖିଣ୍ଡା ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିଲେ କେନ୍ଦ୍ରମନ୍ତ୍ରୀ

Key Points

•    ଦେବ୍ରିଗଡ଼ ସମେତ ଖିଣ୍ଡା ଗ୍ରାମକୁ ବିଶେଷ ଆକର୍ଷଣୀୟ ସ୍ଥାନ ଭାବେ ସ୍ୱଦେଶ ଦର୍ଶନ ୨.୦ରେ ସାମିଲ କରିଥିବାରୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
•    ଗତ ଡ଼ିସେମ୍ବର ୧୧, ୨୦୨୩ରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଏ ନେଇ ପତ୍ର ଲେଖିଥିଲେ 
•    ଅପାର ସମ୍ଭାବନା ରଖୁଥିବା ଦେବ୍ରୀଗଡ଼ ଅଭୟାରଣ୍ୟର ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ମଞ୍ଜୁର କରିବା ପାଇଁ ଅନୁରୋଧ ସହ ଖିଣ୍ଡା ଗ୍ରାମର ଐତିହାସିକ ପୃଷ୍ଠଭୂମି ଉପରେ ଅବଗତ କରାଇଥିଲେ  
•    ଗତ ଅକ୍ଟୋବର ୨୩ରେ ଖିଣ୍ଡା ଗ୍ରାମକୁ ଦର୍ଶନୀୟ କେନ୍ଦ୍ରରେ ପରିଣତ କରିବା ପାଇଁ ଉଦ୍ୟମ କରିବେ ବୋଲି କହିଥିଲେ କେନ୍ଦ୍ରମନ୍ତ୍ରୀ   
 

ଅର୍ଗସ ବ୍ୟୁରୋ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ସମେତ ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲା ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି.କିଷାନ ରେଡ୍ଡୀଙ୍କୁ ପତ୍ର ଲେଖିବା ପରେ ଏହି ଦୁଇଟି ସ୍ଥାନକୁ ଭାରତ ସରକାରଙ୍କ ସ୍ୱଦେଶ ଦର୍ଶନ ଯୋଜନା ୨.୦ରେ ସାମିଲ କରାଯାଇଛି ।

ଓଡ଼ିଶାର ଦେବ୍ରିଗଡ଼ ସମେତ ଖିଣ୍ଡା ଗ୍ରାମକୁ ବିଶେଷ ଆକର୍ଷଣୀୟ ସ୍ଥାନ ଭାବେ ସ୍ୱଦେଶ ଦର୍ଶନ ୨.୦ରେ ସାମିଲ କରାଯାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ପତ୍ର ପ୍ରକାଶ ପାଇଛି। ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଭାଗୀୟ ମନ୍ତ୍ରୀ ଜି କିଷନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।  

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ଡ଼ିସେମ୍ବର ୧୧, ୨୦୨୩ ତାରିଖରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଏ ସମ୍ପର୍କରେ ପତ୍ର ଲେଖି ଦେବ୍ରୀଗଡ଼ ଓ ଖିଣ୍ଡା ଗ୍ରାମରେ ପର୍ଯ୍ୟଟନ ଭିତ୍ତିଭୂମି ଏବଂ ସୁବିଧାର ବିକାଶ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ମଞ୍ଜୁର କରିବା ପାଇଁ ଅନୁରୋଧ କରିଥିଲେ । ସେ ପତ୍ରରେ ଦର୍ଶାଇଥିଲେ ଯେ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼  ଅଭୟାରଣ୍ୟ  ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ । ସେହିପରି ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଖିଣ୍ଡା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ସ୍ୱଦେଶ ଦର୍ଶନ ଯୋଜନାରେ ପର୍ଯ୍ୟଟନ ମନ୍ତ୍ରଣାଳୟ ସମଗ୍ର ଭାରତବର୍ଷରେ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରର ବିକାଶ ସହ ପର୍ଯ୍ୟଟକଙ୍କ ସଂଖ୍ୟା ବଢାଇବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରୁଛି । ଉକ୍ତ ଦୁଇଟି ଐତିହାସିକ ସ୍ଥାନ ଅପାର ସମ୍ଭାବନାର ଅଞ୍ଚଳ । ଏହାର ପାର୍ୱ୍ବବର୍ତ୍ତୀ ଅଞ୍ଚଳ ଗୁଡିକରେ ହୀରାକୁଦ, ହୁମା ମନ୍ଦିର ଭଳି ପର୍ଯ୍ୟଟନ ସ୍ଥଳୀ ଥିବା ବେଳେ ସମ୍ବଲପୁର ଜିଲ୍ଲା  ଦେଶ ଏବଂ ଦେଶ ବାହାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାର ଯଥାର୍ଥ ସମ୍ଭାବନା ରଖୁଛି ।   

ସେହିପରି ଖିଣ୍ଡା ହେଉଛି ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ।  ୧୮୫୭ ମସିହା ବ୍ରିଟିଶ ବିରୋଧୀ ଲଢେଇରେ ସୁରେନ୍ଦ୍ର ସାଏ ନେତୃତ୍ୱ ନେଇଥିଲେ ଏବଂ ୪୦ ବର୍ଷ ଧରି ଅଧିକ ସମୟ ଜେଲରେ ବନ୍ଦୀ ହୋଇ ରହିଥିଲେ । ତାଙ୍କ ସ୍ମୃତିରେ ପ୍ରଧାନମନ୍ତ୍ରୀ ଝାରସୁଗୁଡା ବିମାନବନ୍ଦରକୁ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ନାମିତ କରି ଏହି ମହାନ ସଂଗ୍ରାମୀଙ୍କୁ ସମ୍ମାନ ଦେଇଛନ୍ତି । ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସେ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ଏହି ଗ୍ରାମର ବିକାଶ ହେଲେ ତାଙ୍କ ଜନ୍ମସ୍ଥାନକୁ ଆସି ଲୋକମାନେ ଏହି ବୀର ସଂଗ୍ରାମୀଙ୍କ ଜୀବନୀ ଓ ସଂଘର୍ଷର କାହାଣୀ ଜାଣିପାରିବେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କେନ୍ଦ୍ରମନ୍ତ୍ରୀ ଏହି ଅଞ୍ଚଳର ଐତିହାସିକ ପୃଷ୍ଠଭୂମି ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଭଳି ବିଷୟରେ ପତ୍ର ଯୋଗେ ଅବଗତ କରାଇବା ସହ ଏହି ଦୁଇଟି ସ୍ଥାନ ଗୁଡିକର ବିକାଶ ସହ ପ୍ରଚାର ପ୍ରସାର ହେଲେ ସ୍ଥାନୀୟ ଅର୍ଥନୀତି ମଜଭୂତ୍ ହୋଇପାରିବ ବୋଲି କହିଥିଲେ । ରୋଜଗାର ସୃଷ୍ଟି ହେବା ସହ ସ୍ଥାନୀୟ ଅଞ୍ଚଳର ସଂସ୍କୃତି ଓ ଐତିହ୍ୟର ପ୍ରସାର ହୋଇପାରିବ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ ।   

ଉଲ୍ଲେଖନୀୟ ଯେ, ଗତବର୍ଷ ଅକ୍ଟୋବର ୨୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଖିଣ୍ଡା ଗସ୍ତରେ ଥିବା ବେଳେ ଏହି ଗ୍ରାମର ସୌନ୍ଦର୍ଯ୍ୟକରଣ ସହ ଏହାକୁ ଏକ ଦର୍ଶନୀୟ କେନ୍ଦ୍ରରେ ପରିଣତ କରିବା ପାଇଁ ଉଦ୍ୟମ କରିବେ ବୋଲି କହିଥିଲେ। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 

Sponsored
The Union Minister | Argus English