Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜି ଠାରୁ ଖୋଲିଲା ବିଶ୍ଵ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ 

Odisha

ଆଜି ଠାରୁ ଖୋଲିଲା ବିଶ୍ଵ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ 

Manini Pattanayak
Browse all articles by Manini Pattanayak
·2 years ago·1 min read
ଆଜି ଠାରୁ ଖୋଲିଲା ବିଶ୍ଵ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ 

କେନ୍ଦ୍ରାପଡା:  ଆଜି ଠାରୁ ଖୋଲିଲା ବିଶ୍ଵ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । ପର୍ଯ୍ୟଟକ ମାନେ ଆଜିଠାରୁ ଭିତରକନିକାର ପ୍ରାକୃତିକ ଶୋଭାରାଜି କୁ ବୁଲି ଦେଖିପାରିବେ। କୁମ୍ଭୀର ଗଣନା ପାଇଁ ଗତ ୫ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିଥିଲା ।

ଚଳିତବର୍ଷ ଭିତରକନିକା ନଦୀ ନାଳ ରେ କରାଯାଇଥିବା କୁମ୍ଭୀର ଗଣନା ଅନୁଯାୟୀ ଭିତରକନିକା ରେ ୧୮୧୧ ଟି କୁମ୍ଭୀର ଗଣନା କରାଯାଇଛି । ଗତବର୍ଷ ତୁଳନାରେ ୧୮ ଟି କୁମ୍ଭୀର ବୃଦ୍ଧି ଘଟିଛି । ଗତବର୍ଷ ୧୭୯୩ ଟି କୁମ୍ଭୀର ଗଣନା କରାଯାଇଥିଲା। ନଦୀ ନାଳ ମାନଙ୍କ ରେ ବୋଟ ଚଳାଚଳ ବନ୍ଦ ହେବା ପରେ ଦିନ ଓ ରାତି ସମୟରେ କୁମ୍ଭୀର ଗଣନା କରାଯାଇଥାଏ । ପର୍ଯ୍ୟଟକ ଆସିଲେ କୁମ୍ଭୀର ଗଣନା ରେ ବାଧା ସୃଷ୍ଟି ହେବାର ଆଶଙ୍କା ଥିବାରୁ ଭିତରକନିକା ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଥାଏ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The world famous Bhitarakanika national park has opened from today | Argus English