ଆଜି ପବିତ୍ର ଧନୁ ସଂକ୍ରାନ୍ତି

ଅର୍ଗସ ବ୍ୟୁରୋ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୁଡ଼ାନ୍ତ ହୋଇଥିବା ନୀତିନିର୍ଘଣ୍ଟ ଅନୁଯାୟୀ ରାତ୍ର ୨ଟା ରୁ ଦ୍ୱାର ଫିଟା ହେବା ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି ହୋଇଛି । ପହିଲି ଭୋଗରେ ବିରି, ଗହମଚୂନା, ଘୃତ ପାଗ ହୋଇଥିବା ପିଠା ଏବଂ ଧନୁ ମୁଆଁ ଲାଗି ହୋଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗୋପାଳବଲ୍ଲଭ ପରେ ପହିଲି ଭୋଗ ସମ୍ପନ୍ନ ହୋଇଛି । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି । କୁହାଯାଏ ଯେ ଆଜିଠାରୁ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି । ତେଣୁ ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି । ମକର ସଂକ୍ରାନ୍ତି ଯାଏଁ ପହଲି ଭୋଗ ପ୍ରସ୍ତୁତ କରାଯାଏ ।