Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପ୍ରବାସୀ ଓଡିଆଙ୍କୁ ଭେଟି ଓଡିଶାକୁ ବଡ କରିବାକୁ ଦେଲେ ଆହ୍ୱାନ

Odisha

ପ୍ରବାସୀ ଓଡିଆଙ୍କୁ ଭେଟି ଓଡିଶାକୁ ବଡ କରିବାକୁ ଦେଲେ ଆହ୍ୱାନ

Smruti Parija
Browse all articles by Smruti Parija
·2 years ago·2 min read
ପ୍ରବାସୀ ଓଡିଆଙ୍କୁ ଭେଟି ଓଡିଶାକୁ ବଡ କରିବାକୁ ଦେଲେ ଆହ୍ୱାନ

ଅର୍ଗସ ବ୍ୟୁରୋ:  କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୟୁଏଇ ଗସ୍ତର ଆଜି ତୃତୀୟ ତଥା ଶେଷ ଦିନ । ଗତକାଲି  ଆବୁଧାବୀରେ ପ୍ରବାସୀ ଓଡ଼ିଆଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଆ ଲୋକଙ୍କ ଭିତରେ ଥିବା ଆତ୍ମବିଶ୍ବାସକୁ ବଢାଇ ଓଡ଼ିଶାକୁ ବଡ଼ କରିବାକୁ ଦେଇଛନ୍ତି ଆହ୍ବାନ୍ । ୟୁଏଇ ବୈଦେଶିକ ବ୍ୟାପାର ମନ୍ତ୍ରୀ ଓ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀଙ୍କୁ ମଧ୍ୟ ଭେଟିଛନ୍ତି ଧର୍ମେନ୍ଦ୍ର । ଦୁଇ ଦେଶର ବହୁମୁଖୀ ସହଭାଗିତାକୁ ଅଧିକ ଶକ୍ତିଶାଳୀ କରିବା ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ କେନ୍ଦ୍ରମନ୍ତ୍ରୀ ।

ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆବୁଧାବୀ ଠାରେ ୟୁଏଇରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ ଓଡ଼ିଆ ସମାଜ ଏକ ଜୀବନ୍ତ ସମାଜ । ଆମ ଓଡ଼ିଆଙ୍କ ପାଖରେ ବୈଶ୍ୱିକ ନେତୃତ୍ୱ ନେବାର ସବୁ ଗୁଣ ଅଛି । ଅତୀତରେ ଆମ ସମୃଦ୍ଧ ରାଜ୍ୟ ଓଡ଼ିଶା ନୌବାଣିଜ୍ୟ ଅର୍ଥନୀତି ରାଜ୍ୟ ଥିଲା । ଆମେ ପୂର୍ବରୁ ସମ୍ପନ୍ନ ଥିବା କାରଣରୁ ହଜାର ହଜାର ବର୍ଷ ପୂର୍ବରୁ କୋଣାର୍କ ଓ ଲିଙ୍ଗରାଜ ମନ୍ଦିର ଭଳି ବଡ ବଡ ମନ୍ଦିର ତିଆରି କରିଥିଲେ । 

ବିଦେଶରେ ଓଡ଼ିଆ ଲୋକଙ୍କୁ ଦେଖିଲେ ମୋର ଆତ୍ମବିଶ୍ୱାସ ଦୁଇ ଗୁଣା ହୁଏ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆମେ କଳିଙ୍ଗ ଯୁଦ୍ଧ ମାଧ୍ୟମରେ ସମ୍ରାଟ ଅଶୋକଙ୍କୁ ଚଣ୍ଡାଶୋକରୁ ଧର୍ମାଶୋକରେ ପରିଣତ କରିବା ପାଇଁ ବାଧ୍ୟ କରିଥିଲେ । ତିର୍ତ୍ତୋଲରେ ଥିବା ଓଡଙ୍ଗଗଡ ଓଡ଼ିଶାର ପୁରାତନ ସଭ୍ୟତାର ପରିଚୟ ଦେଉଛି । ଆମର ରଘୁରାଜପୁରର ପଟ୍ଟଚିତ୍ର, ଇକତ୍ ନିଖୁଣ କାରିଗରୀରର ପରିଚୟ ଦେଉଛି । ହଜାର ହଜାର ବର୍ଷ ତଳୁ ଓଡ଼ିଆ ଲୋକଙ୍କ ଦ୍ୱାରା ତିଆରି ହୋଇଥିବା ସୃଜନଶୀଳତା ଏବେ ବି ଲୋକଙ୍କ ମଧ୍ୟରେ ଉନ୍ମାଦନା ତିଆରି କରୁଛି । ଆଜି ନୂଆ ସଂସଦ ଭବନ, ଭାରତ ମଣ୍ଡପମରେ କୋଣାର୍କ ଚକ୍ର ଅଛି । ଜି-୨୦ରେ କୋଣାର୍କ ଚକ୍ର ତଳେ ବିଶ୍ୱର ନେତାମାନଙ୍କୁ ସ୍ୱାଗତ କରାଯାଉଛି ବୋଲି କହିଥିଲେ ଧର୍ମେନ୍ଦ୍ର ପ୍ରଧାନ । 

ସେହିପରି ୟୁଏଇରେ ରହୁଥିବା ଓଡ଼ିଆ ଲୋକମାନଙ୍କୁ ଅଭିଭାବକ ଭାବରେ ସେମାନଙ୍କ ପିଲାଙ୍କୁ ଓଡ଼ିଆରେ କଥାବାର୍ତ୍ତା କରିବା ପାଇଁ ସବୁବେଳେ ଶିକ୍ଷା ଦେବାକୁ ପରାମର୍ଶ ଦେଇଥିଲେ । ସେ କହିଥିଲେ ଆମ ଓଡ଼ିଆ ଭାଷାର ସ୍ୱତନ୍ତ୍ର ପରିଚୟ ଅଛି । ସ୍ୱାଧୀନ ଭାରତ ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇଛି । ତେଣୁ ଆମେମାନେ ଓଡ଼ିଆତ୍ୱ ବଜାୟ ରଖିବା । ୨୦୩୬ରେ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ ହେଉଥିବା ବେଳେ ଓଡ଼ିଶାକୁ ଏକ ନମ୍ବର କରିବା ବୋଲି ସେ କହିଥିଲେ ।
 

Argus Whatsapp Channel Mobile Top
Sponsored
Today is the third day of visit to UAE-of-dharmendra-pradhan | Argus English