Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଯାତ୍ରୀବାହୀ ରେଳ ଚଳାଚଳ ଆରମ୍ଭ ହେଲେ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ଉନ୍ନତି ହୋଇପାରିବ

Odisha

ଯାତ୍ରୀବାହୀ ରେଳ ଚଳାଚଳ ଆରମ୍ଭ ହେଲେ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ଉନ୍ନତି ହୋଇପାରିବ

Jitendra Dash
Browse all articles by Jitendra Dash
·2 years ago
ଯାତ୍ରୀବାହୀ ରେଳ ଚଳାଚଳ ଆରମ୍ଭ ହେଲେ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ଉନ୍ନତି ହୋଇପାରିବ

ଅର୍ଗସ ବ୍ୟୁରୋ : ବିଶ୍ବ ପ୍ରସିଦ୍ଧ ବୌଦ୍ଧସ୍ତୁପ ଲଳିତଗିରି, ଉଦୟଗିରି, ରତ୍ନଗିରି ଓ ଭିତରକନିକା ଅଭୟାରଣ୍ୟ ବୁଲିବାକୁ ବିଶ୍ବର ବିଭିନ୍ନ ସ୍ଥାନରୁ ଆସୁଛନ୍ତି ଅନେକ ପର୍ଯ୍ୟଟକ । ଏହି ପର୍ଯ୍ୟଟନସ୍ଥଳୀ ଗୁଡିକ ପାଇଁ ପାରାଦୀପ-ହରିଦାସପୁର ରେଳପଥ  ଯୋଗାଯୋଗର ଏକମାତ୍ର ମାଧ୍ୟମ ହୋଇଥିବା ବେଳେ ଯାତ୍ରୀବାହୀ ରେଳ ଚଳାଚଳ ଆରମ୍ଭ କରିବାକୁ ରେଳମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟି ଅନୁରୋଧ କରିଛନ୍ତି ମାହାଙ୍ଗା ବିଜେପି ନେତା ଶାରଦା ପ୍ରଧାନ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଯାତ୍ରୀବାହୀ ରେଳ ଚଳାଚଳ ଆରମ୍ଭ ହେଲେ ଅଧିକରୁ ଅଧିକ ପର୍ଯ୍ୟଟକ ଆସିବା ସହ ପର୍ଯ୍ୟଟନସ୍ଥଳୀ ଗୁଡ଼ିକର ଉନ୍ନତି ହୋଇପାରିବ । ତେବେ ରେଳ ଚଳାଚଳ ନେଇ ଅନୁଧ୍ୟାନ କରିବା ସହ ଖୁବଶୀଘ୍ର ଆବଶ୍ୟକୀୟ ପଦକ୍ଷେପ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାରୁ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶାରଦା ପ୍ରଧାନ  ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Tourist attractions can be improved when passenger rail services are started | Argus English