Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

Odisha

ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

Ritu Das
Browse all articles by Ritu Das
·2 years ago·2 min read
ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଭାରତ ଏବେ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିର ଦେଶ ଭାବରେ ପରିଣତ ହୋଇଛି । ଆଗାମୀ ଦିନରେ ଆମ ଦେଶ ବିଶ୍ୱର ଏକ ନମ୍ବର ଅର୍ଥନୀତି ହେବା ସହ ବିକଶିତ ଭାରତ ହେବ । ଏଥିପାଇଁ ଏବେ ଠାରୁ ଆମର ଛାତ୍ରଛାତ୍ରୀଙ୍କ ଦକ୍ଷ କରିବାକୁ ପଡିବ । ସେମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତି ସୃଷ୍ଟି କରିବା ପାଇଁ ପଡିବ ବୋଲି ଶନିବାର ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ ଭବନର ଭୂମିପୂଜନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେବଗଡ଼ ଆମର ସାଂସ୍କୃତିକ ସହର ଓ ପଢାଲେଖା ଅଞ୍ଚଳ । ଦେବଗଡର ମୁଳପୁଞ୍ଜି ଶିକ୍ଷା । ଏଠାରେ ପାଠପଢାର ବହୁତ ପୁରୁଣା ସଂସ୍କାର ଅଛି । ଜିଲ୍ଲାରେ ଗଢି ଉଠିଥିବା ଶିକ୍ଷାନୁଷ୍ଠାନ ଗୁଡିକ ମଧ୍ୟରୁ ଅନେକ ଅନୁଷ୍ଠାନ ଶହେବର୍ଷ ପୁରୁଣା । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମୃଦ୍ଧ କରିବା ଦିଗରେ ଦେବଗଡର ଅବଦନ ଅତୁଳନୀୟ । ଭାଷାଭିତ୍ତିରେ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶ ଗଠନ କରିବା ତଥା ଓଡ଼ିଆ ଭାଷାକୁ ସୁରକ୍ଷିତ ରଖିବାରେ ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳଦେବଙ୍କ ବଡ଼ ଭୂମିକା ରହିଛି । 

ଭାରତ ସରକାରଙ୍କ ସହଯୋଗରେ ପ୍ରାୟ ୩୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ପୂର୍ଣ୍ଣାଙ୍ଗ ହେଲେ ଏକ ଭଲ ସ୍କୁଲ ହେବ । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଜାତୀୟ ଶିକ୍ଷା ନୀତିରେ ଗୁଣାତ୍ମକ ଶିକ୍ଷା ସହ ବହୁମୁଖୀ ଶିକ୍ଷାକୁ ପ୍ରୋତ୍ସାହନ ଦିଆଯାଇଛି । ବାଲବାଟିକା ମାଧ୍ୟମରେ ଖେଳକୁଦ, ଗୀତ ଓ ଯାଦୁ ଆଧାରିତ ଶିକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି ।  ମାତୃଭାଷାକୁ ଗୁରୁତ୍ୱ, ଗବେଷଣା ଏବଂ ସାମାଜିକ ସଚେତନତା ଭଳି ବିଷୟକୁ ପାଠପଢାର ଅଂଶବିଶେଷ କରିବା ଉପରେ ପ୍ରାଥମିକତା ଦିଆଯାଇଛି । ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାରେ ବଡ଼ ଭୂମିକା ଗ୍ରହଣ କରିବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସ୍କୁଲରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବଢୁଥିବା ଦୃଷ୍ଟିରେ ରଖି ଆସନ୍ତା ଶିକ୍ଷା ବର୍ଷରୁ ଏଠାରେ ୨ଟି ସେକ୍ସନ କରିବା ପାଇଁ ବ୍ୟବସ୍ଥା କରିବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି । ଏହାସହ ସ୍କୁଲରେ ଦ୍ୱାଦଶ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ କିପରି ପ୍ରତିଯୋଗିତାମୂଳକ ଭାବେ ଆଗକୁ ବଢିବେ, ସେଥିପାଇଁ ଉଦ୍ୟମ କରିବାକୁ ଶ୍ରୀ ପ୍ରଧାନ ବିଶେଷ ଗୁରୁତ୍ୱ ଦେଇଛନ୍ତି।

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Sponsored
Union Minister laid the foundation | Argus English